ପର୍ଯ୍ୟଟନ ମାନଚିତ୍ରକୁ ବିଗାଡୁଛି ସେମିଳିଗୁଡାର ଟ୍ରାଫିକ ସମସ୍ୟା, ନିଦାବିଷ୍ଣୁ ସାଜିଛି ପ୍ରଶାସନ

ସୁନାବେଡା/ସେମିଳିଗୁଡା, ୨୮ା୧୨ (କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ): ସେମିଳିଗୁଡାରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବିଗିଡିବାରେ ଲାଗିଛି । ଏଥିପ୍ରତି ଜିଲା ପ୍ରଶାସନ କିମ୍ବା ପୌର ପ୍ରଶାସନ ଦୃଷ୍ଟି ଦେଉନି। ଯାହାକୁ ନେଇ ହନ୍ତସନ୍ତ ହେଉଛନ୍ତି ସ୍ଥାନୀୟ ବାସିନ୍ଦା। ଦୂର ଦୂରାନ୍ତରୁ ପର୍ଯ୍ୟଟକମାନେ ଏବେ ଦେଓମାଳି, ଇକୋ ରିଟ୍ରିଟ୍‌,ରାଣୀ ଡୁଡୁମା ତଥା ଅନ୍ୟାନ୍ୟ ପର୍ଯ୍ୟଟନସ୍ଥଳୀଗୁଡିକ ପ୍ରତି ଆକୃଷ୍ଟ ହୋଇ ଆସୁଛନ୍ତି। ଫଳରେ ଏଠାକାର ସମସ୍ତ ହୋଟେଲ୍‌ ଓ ରିସୋର୍ଟ ଗୁଡିକରେ ଗହଳି ବଢୁଛି। ଏପରି ସ୍ଥଳେ ଏଠାକାର ମଲ୍‌ଗୁଡିକରେ ମଧ୍ୟ ଭିଡ଼ ଦେଖିବାକୁ ମିଳୁଛି। ଏଠାରେ ଥିବା କେତେକ ହୋଟେଲ୍‌ ଓ ମଲ୍‌ରେ ଗ୍ରାହକଙ୍କ ପାଇଁ ପାର୍କିଂ ବ୍ୟବସ୍ଥା ନ ଥିବାରୁ ଲୋକେ ରାସ୍ତା କଡରେ ଗାଡିଗୁଡିକୁ ରଖିବା ଦ୍ବାରା ମୁଖ୍ୟ ରାସ୍ତା ଅବରୋଧ ହୋଇ ସଂକୀର୍ଣ୍ଣ ହେଉଛି। ସନ୍ଧ୍ୟାସମୟରେ ସେମିଳିଗୁଡା ଟ୍ରାଫିକ ଛକଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ଘଣ୍ଟା ଘଣ୍ଟା ଧରି ଦୁଇ ଓ ଚାରି ଚକିଆ ଗାଡିଗୁଡିକ ପାର୍କିଂ ଫଳରେ ସାଧାରଣ ଲୋକଙ୍କ ଯାତାୟାତରେ ସମସ୍ୟା ଉପୁଜୁଛି। ପ୍ରାୟ ସମୟରେ ମୁଖ୍ୟ ରାସ୍ତାରେ ଘଣ୍ଟା ଘଣ୍ଟା ଧରି ଯାନବାହନ ଅଟକି ରହୁଥିବାରୁ ଛୋଟ ବଡ ଦୁର୍ଘଟଣା ଘଟୁଛି। ଏପରିକି ବେଳେ ବେଳେ ଗୁରୁତର ରୋଗୀଙ୍କୁ ନେଇ ବିଶାଖାପାଟନମ୍‌ ଯାଉଥିବା ଆମ୍ବୁଲାନ୍ସ ମଧ୍ୟ ଫସି ରହୁଥିବା ଦୃଷ୍ଟିକୁ ଆସୁଛି। ଯାହା ପ୍ରଶାସନର ଅପାରଗତାକୁ ପଦାରେ ପକାଇଛି ।

ପ୍ରଶ୍ନ ଉଠୁଛି ପୌର ପ୍ରଶାସନ ତଥା ଜିଲା ପ୍ରଶାସନ ନିୟମକୁ କିପରି ଫୁ କରି ଦେଉଛନ୍ତି ହୋଟେଲ୍‌ ତଥା ମଲ୍‌ ମାଲିକ। ଉପଯୁକ୍ତ ପାର୍କିଂ ବ୍ୟବସ୍ଥା ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହେଉଥିବା କହିଛନ୍ତି କିଛି ବୁଦ୍ଧିଜୀବି। ସେମାନେ ଆହୁରି ମଧ୍ୟ ଅଭିଯୋଗ କରିଛନ୍ତି, ପୌର ପ୍ରଶାସନ ଏ ସବୁ ମଲ୍‌ ଓ ହୋଟେଲ ମାଲିକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ୍‌ ।

ପ୍ରକାଶଯେ, ସେମିଳିଗୁଡା କୋରାପୁଟ ଜିଲାର ଦ୍ୱିିତୀୟ ବୃହତ ବାଣିଜି୍ୟକ ସହର ଭାବେ ଖ୍ୟାତି ହାସଲ କରିଛି। ଏହାର ଟ୍ରାଫିକ ବ୍ୟବସ୍ଥା ସର୍ବୋପରି ପର୍ଯ୍ୟଟକଙ୍କ ମନରେ ଓ ପର୍ଯ୍ୟଟନ ମାନଚିତ୍ରକୁ ମଳିନ କରୁଛି। ଯାହାର ଉତ୍ତରଦାୟୀ ହେଉଛି ପ୍ରଶାସନ। ଏପରି ସ୍ଥଳେ ପ୍ରଶାସନ ଯଥା ସମ୍ଭବ ଏଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ ବୋଲି ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri