ରାଜଧାନୀରେ ଟ୍ରାଫିକ୍‌ ସମସ୍ୟା: ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜଧାନୀରେ ଏବେ ଟ୍ରାଫିକ୍‌ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଏହି ଟ୍ରାଫିକ୍‌ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭିକେ ପାଣ୍ଡିଆନ ବୁଧବାର ସକାଳେ ଶିଶୁ ଭବନ ଛକ , ରବି ଟକିଜ୍‌ ଛକ, କଳ୍ପନା ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ ଆଇଗିଣିଆ ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହା ସହ ପ୍ରଶାସନ ଏବଂ ପୋଲିସର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରିଥିବା ଜଣାପଡିଛି। ଏହି ସମୟରେ ପୋଲିସ କମିଶନର ଏସ୍‌ ପ୍ରିୟଦର୍ଶୀ, ପୂର୍ତ୍ତ ସଚିବ ଭି ଭି ଯାଦବ ଏବଂ ବିଏମ୍‌ସି କମିଶନର କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ।