ମୁଖ୍ୟ ବଜାରରେ ବଢୁଛି ଟ୍ରାଫିକ୍‌ ସମସ୍ୟା

ବାରିପଦା ଅଫିସ,୧ା୧୦: ବାରିପଦା ସହର ମୁଖ୍ୟ ମାର୍କେଟ ବାଣ୍ଠିଆ ଜଗନ୍ନାଥ ମନ୍ଦିରଠାରୁ ବସ୍‌ଷ୍ଟାଣ୍ଡ ରାସ୍ତାରେ ବେଆଇନ ପାର୍କିଂ ଯୋଗୁ ଟ୍ରାଫିକ୍‌ ସମସ୍ୟା ବଢୁଛି। ବାଜରରେ କିଛି ନିର୍ଦ୍ଦିଷ୍ଟ ବ୍ୟବସାୟୀଙ୍କ ପାଇଁ ସମସ୍ୟା ଉତ୍କଟ ହେଉଥିବା ଅଭିଯୋଗ ହେଉଛି। ଘଣ୍ଟା ଘଣ୍ଟା ଧରି ଲୋକେ ଭିଡ଼ରେ ଫସି ରହୁଥିବାରୁ ଜନ ଅସନ୍ତୋଷ ବୃଦ୍ଧି ପାଉଛି।
ପ୍ରକାଶ ଯେ, ମୁଖ୍ୟ ବଜାରରେ ଅନେକ ବ୍ୟବସାୟୀ ପାର୍କିଂ ବ୍ୟବସ୍ଥା ନ କରି ସରକାରୀ ଜମିରେ କୋଠା ନିର୍ମାଣ କରି ବ୍ୟବସାୟ ଚଳାଇଛନ୍ତି। ଲୋକେ ରାସ୍ତାର ଉଭୟ ପାର୍ଶ୍ୱରେ ଦୁଇ ଚକିଆ ଓ ଚାରି ଚକିଆ ଯାନ ପାର୍କିଂ କରି ସାମଗ୍ରୀ କିଣୁଛନ୍ତି। ଫଳରେ ଟ୍ରାଫିକ ସମସ୍ୟା ଉପୁଜୁ ଥିବା ବେଳେ ମ୍ୟୁନିସିପାଲିଟି ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଗତ କିଛି ଦିନ ହେଲା ଶାରଦୀୟ ଦୁର୍ଗାପୂଜା ଅବସରରେ ସର୍ପିଂ ଓ ମାର୍କେଟିଂ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଶୁକ୍ରବାର ବାରିପଦା ସହରର ମୁଖ୍ୟ ରାସ୍ତା ବାଣ୍ଠିଆ ଜଗନ୍ନାଥ ମନ୍ଦିର ନିକଟରେ ଥିବା ଏକ ଜୁଏଲାରୀ ଦୋକାନକୁ ଗ୍ରାହକ ଜଣେ ଗହଣା କିଣିବାକୁ ଯାଇଥିଲେ। ତାଙ୍କର ଚାରିଚକିଆ ଯାନଟିକୁ ରାସ୍ତା ଉପରେ ରଖି ଦୀର୍ଘ ସମୟ ପର୍ଯ୍ୟନ୍ତ ଦୋକାନରେ ରହିଥିଲେ। ସଙ୍କୁଚିତ ରାସ୍ତାରେ ଯାନବାହାନ ଚଳାଚଳ ପାଇଁ ସମସ୍ୟା ଦେଖା ଦେଇଥିଲା। ନିକଟରେ ଟ୍ରାଫିକ ପୋଲିସ ରହିଥିଲେ ମଧ୍ୟ ଏଥିପ୍ରତି କୌଣସି ପଦକ୍ଷେପ ଗ୍ରହଣ କରି ନ ଥିଲେ। ଫଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ରାସ୍ତାରେ ଭିଡ଼ ହୋଇଥିଲା।
ଏ ନେଇ ମ୍ୟୁନିସିପାଲିଟି ଅଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତିଙ୍କୁ ପଚାରିବାରେ ଖୁବ୍‌ଶୀଘ୍ର ଟ୍ରାଫିକ ସମସ୍ୟା ଓ ପାର୍କିଂ ବ୍ୟବସ୍ଥାରେ ସୁଧାର ଅଣାଯିବ। ଏଥି ସହ ବ୍ୟବସାୟୀଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧ୍ୟକ୍ଷ ମହାନ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri