ମୁଖ୍ୟ ବଜାରରେ ବଢୁଛି ଟ୍ରାଫିକ୍‌ ସମସ୍ୟା

ବାରିପଦା ଅଫିସ,୧ା୧୦: ବାରିପଦା ସହର ମୁଖ୍ୟ ମାର୍କେଟ ବାଣ୍ଠିଆ ଜଗନ୍ନାଥ ମନ୍ଦିରଠାରୁ ବସ୍‌ଷ୍ଟାଣ୍ଡ ରାସ୍ତାରେ ବେଆଇନ ପାର୍କିଂ ଯୋଗୁ ଟ୍ରାଫିକ୍‌ ସମସ୍ୟା ବଢୁଛି। ବାଜରରେ କିଛି ନିର୍ଦ୍ଦିଷ୍ଟ ବ୍ୟବସାୟୀଙ୍କ ପାଇଁ ସମସ୍ୟା ଉତ୍କଟ ହେଉଥିବା ଅଭିଯୋଗ ହେଉଛି। ଘଣ୍ଟା ଘଣ୍ଟା ଧରି ଲୋକେ ଭିଡ଼ରେ ଫସି ରହୁଥିବାରୁ ଜନ ଅସନ୍ତୋଷ ବୃଦ୍ଧି ପାଉଛି।
ପ୍ରକାଶ ଯେ, ମୁଖ୍ୟ ବଜାରରେ ଅନେକ ବ୍ୟବସାୟୀ ପାର୍କିଂ ବ୍ୟବସ୍ଥା ନ କରି ସରକାରୀ ଜମିରେ କୋଠା ନିର୍ମାଣ କରି ବ୍ୟବସାୟ ଚଳାଇଛନ୍ତି। ଲୋକେ ରାସ୍ତାର ଉଭୟ ପାର୍ଶ୍ୱରେ ଦୁଇ ଚକିଆ ଓ ଚାରି ଚକିଆ ଯାନ ପାର୍କିଂ କରି ସାମଗ୍ରୀ କିଣୁଛନ୍ତି। ଫଳରେ ଟ୍ରାଫିକ ସମସ୍ୟା ଉପୁଜୁ ଥିବା ବେଳେ ମ୍ୟୁନିସିପାଲିଟି ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଗତ କିଛି ଦିନ ହେଲା ଶାରଦୀୟ ଦୁର୍ଗାପୂଜା ଅବସରରେ ସର୍ପିଂ ଓ ମାର୍କେଟିଂ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଶୁକ୍ରବାର ବାରିପଦା ସହରର ମୁଖ୍ୟ ରାସ୍ତା ବାଣ୍ଠିଆ ଜଗନ୍ନାଥ ମନ୍ଦିର ନିକଟରେ ଥିବା ଏକ ଜୁଏଲାରୀ ଦୋକାନକୁ ଗ୍ରାହକ ଜଣେ ଗହଣା କିଣିବାକୁ ଯାଇଥିଲେ। ତାଙ୍କର ଚାରିଚକିଆ ଯାନଟିକୁ ରାସ୍ତା ଉପରେ ରଖି ଦୀର୍ଘ ସମୟ ପର୍ଯ୍ୟନ୍ତ ଦୋକାନରେ ରହିଥିଲେ। ସଙ୍କୁଚିତ ରାସ୍ତାରେ ଯାନବାହାନ ଚଳାଚଳ ପାଇଁ ସମସ୍ୟା ଦେଖା ଦେଇଥିଲା। ନିକଟରେ ଟ୍ରାଫିକ ପୋଲିସ ରହିଥିଲେ ମଧ୍ୟ ଏଥିପ୍ରତି କୌଣସି ପଦକ୍ଷେପ ଗ୍ରହଣ କରି ନ ଥିଲେ। ଫଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ରାସ୍ତାରେ ଭିଡ଼ ହୋଇଥିଲା।
ଏ ନେଇ ମ୍ୟୁନିସିପାଲିଟି ଅଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତିଙ୍କୁ ପଚାରିବାରେ ଖୁବ୍‌ଶୀଘ୍ର ଟ୍ରାଫିକ ସମସ୍ୟା ଓ ପାର୍କିଂ ବ୍ୟବସ୍ଥାରେ ସୁଧାର ଅଣାଯିବ। ଏଥି ସହ ବ୍ୟବସାୟୀଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧ୍ୟକ୍ଷ ମହାନ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri