ସହରରେ ବଢୁଛି ଟ୍ରାଫିକ ସମସ୍ୟା, ଲୋକେ ହନ୍ତସନ୍ତ

କେନ୍ଦୁଝର,୧୭ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିନକୁ ଦିନ କେନ୍ଦୁଝର ସହରରେ ଲୋକସଂଖ୍ୟା ବହୁଳ ମାତ୍ରାରେ ବଢ଼ିବାରେ ଲାଗିଛି।  ସହର ଭିତରେ ବିଭିନ୍ନ ଶିକ୍ଷାନୁଷ୍ଠାନ, ସରକାରୀ ବେସରକାରୀ କାର୍ଯ୍ୟାଳୟ, ଜିଲା ମୁଖ୍ୟ ଚିକିତ୍ସାଳୟ, କୋର୍ଟ, ଜିଲାପାଳଙ୍କ କାର୍ଯ୍ୟାଳୟ, ଆରଟିଓ ଆଦି ମୁଖ୍ୟ କାର୍ଯ୍ୟାଳୟ ରହିଥିବାରୁ ସକାଳ ୮ଟାରୁ ରାତି ୧୦ଟା ପର୍ଯ୍ୟନ୍ତ  ଭିଡ଼ ଲାଗି ରହୁଛି। ଜିଲାର ପ୍ରତ୍ୟେକ କୋଣ ଅନୁକୋଣରୁ ହଜାର ହଜାର ଲୋକ ବିଭିନ୍ନ କାର୍ଯ୍ୟରେ କୋର୍ଟ କଚେରି,କେନ୍ଦୁଝର ମେଡିକାଲକୁ ଆସୁଛନ୍ତି। ପୂର୍ବରୁ କେନ୍ଦୁଝର ସହର ଭିତରେ ଟ୍ରାଫିକ ସମସ୍ୟା ଦୂର କରିବା ପାଇଁ ମାଲବାହୀ ଟ୍ରକ୍‌କୁ ବାଇପାସ୍‌ ମାଧ୍ୟମରେ ଯାତାୟାତ କରିବା ପାଇଁ ରାସ୍ତା ନିର୍ମାଣ କରାଗଲା। ତା’ପରେ କିଛି ମାତ୍ରାରେ ଟ୍ରାଫିକ ସମସ୍ୟା ଓ ବାୟୁ ପ୍ରଦୂଷଣରୁ କେନ୍ଦୁଝର ସହର ଆଶ୍ୱସ୍ତି ଲାଭ କଲା। କିନ୍ତୁ ସମ୍ପୂର୍ଣ୍ଣ ରୂପରେ ସମସ୍ୟା ଦୂର ହୋଇନାହିଁ। ଗାଡ଼ି ସଂଖ୍ୟା ବୃଦ୍ଧି ସହିତ ରାସ୍ତାକଡ଼ରେ ଦୋକାନ ବଜାର, ବିନା ପାର୍କିଂ ବ୍ୟବସ୍ଥାରେ ମାର୍କେଟ କମ୍ପ୍ଲେକ୍ସ, ହୋଟେଲ, ମଲ୍‌, ବଡ଼ ବଡ଼ ଦୋକାନ, ବ୍ୟାଙ୍କ ଆଦି ଚାଲିଥିବାରୁ ରାସ୍ତା ଉପରେ ପାର୍କିଂ ଆଦି କାରଣରୁ ରାସ୍ତାରେ ଟ୍ରାଫିକ ସମସ୍ୟା ଗୁରୁତର ହୋଇପଡ଼ିଛି। ସେହିପରି ଟ୍ରାଫିକ୍‌ ଥାନା ଘୋଷଣା ହୋଇଥିଲେ ହେଁ ଖୋଲୁନହିଁ। ଲୋକମାନେ ଟ୍ରାଫିକ୍‌ ସମସ୍ୟାର ସମ୍ମୁଖୀନ ହୋଇ ବିଭିନ୍ନ ପ୍ରକାର ଦୁର୍ଘଟଣା ଘଟିବାର ନଜିର ରହିଛି। ଏବେ କେନ୍ଦୁଝରରେ ବିଭିନ୍ନ ଟ୍ରାଫିକରେ କମ୍ପ୍ୟୁଟରୀକରଣ କରାଯାଇ ସମୟ ନିର୍ଦ୍ଧାରଣ କରାଯାଇଛି। ତାହା ସହିତ ଟ୍ରାଫିକ ପୋଲିସ ମଧ୍ୟ ମୁତୟନ କରାଯାଇଛି। ତାହା ସତ୍ତ୍ୱେ ଟ୍ରାଫିକ ସମସ୍ୟା ତୀବ୍ର ହେବାରେ ଲାଗିଛି। ଶୌଚାଳୟ ଅଭାବରୁ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ଦୀର୍ଘଘଣ୍ଟା ଧରି ଡ୍ୟୁଟି କରିଥିବା ଟ୍ରାଫିକ ପୋଲିସ ବିଶେଷ କରି ମହିଳା ପୋଲିସ ବହୁ ଅସୁବିଧା ଭୋଗୁଛନ୍ତି। ଗାନ୍ଧୀ ଛକ ସମେତ ସମସ୍ତ ଟ୍ରାଫିକରେ ସିଗନାଲ ଲାଇଟ୍‌ ବଦଳରେ ଗୋଲେଇ ଛକ ଏବଂ ଟାଉନ ଭିତରେ ଓଭର ବ୍ରିଜ୍‌ ନିର୍ମାଣ କଲେ ଟ୍ରାଫିକ ସମସ୍ୟାରୁ ଲୋକେ ମୁକ୍ତି ପାଇ ପାରିବେ ବୋଲି ଯୁବ ଓ ଶ୍ରମ ବିକାଶ ମଞ୍ଚ କେନ୍ଦୁଝରଗଡ଼ ସଭାପତି ରଞ୍ଜନ କୁମାର ବେହେରା,ଉପସଭାପତି ଜୟକୃଷ୍ଣ ନାଏକ କହିଛନ୍ତି। ଜିଲା ପ୍ରଶାସନ ଏ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri