ଜଟିଳ ହେଉଛି ଟ୍ରାଫିକ୍‌ ସମସ୍ୟା

ଜଟଣୀ,୨୦।୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ସହରରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବଢ଼ିବାରେ ଲାଗିଛି। ଏହି ସମସ୍ୟା ଉପରେ ଲାଗିପାରୁନିି ଅଙ୍କୁଶ। ଫଳରେ ଯାତାୟାତରେ ସାଧାରଣ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦୀର୍ଘଦିନଧରି ଏହି ସମସ୍ୟା ଦେଖାଦେଇଥିଲେ ମଧ୍ୟ ସ୍ଥାନୀୟ ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବା ସାଧାରଣରେ ଅଭିଯୋଗ ହେଉଛି।
ସୂଚନା ମୁତାବକ, ଜଟଣୀ ସହରରେ ଜନସଂଖ୍ୟା ସହିତ ଯାନବାହନ ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ଥାନୀୟ ବୁଦ୍ଧିଜୀବୀ ଏବଂ ବିଭିନ୍ନ ସାମାଜିକ ଅନୁଷ୍ଠାନ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ପ୍ରଶାସନର ଦୃଷ୍ଟିଆକର୍ଷଣ କରିଥିଲେ। ୨୦୨୦ ଜୁଲାଇରେ ୮ଜଣ ଟ୍ରାଫିକ୍‌ କର୍ମଚାରୀଙ୍କୁ ନିୟୋଜିତ କରାଯାଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ହେଲେ ପରବର୍ତ୍ତୀ ସମୟରେ ସ୍ଥାନୀୟ ହରିଭାଇନା ଛକଠାରେ ଦୁଇ ସିଫ୍ଟରେ ୪ଜଣ ଟ୍ରାଫିକ୍‌ କର୍ମଚାରୀ କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଥିଲା। ପରେ ହରିଭାଇନା ଛକ ଏବଂ ଜଟଣୀ ଗେଟ୍‌ ତଳଖେତା ଛକରେ ପର୍ଯ୍ୟାୟକ୍ରମେ ୮ଜଣ ଟ୍ରାଫିକ କର୍ମଚାରୀ ମୁତୟନ ହୋଇଥିଲେ। ଏବେ ଟ୍ରାଫିକ୍‌ ପୋଲିସଙ୍କ ଦେଖା ମିଳୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ଦୈନିକ ଜଟଣୀ ସରରକୁ ଶତାଧିକ ଲୋକଙ୍କ ସମେତ ବହୁ ଛାତ୍ରୀଛାତ୍ର, କର୍ମଚାରୀ ଆସିଥାନ୍ତି। ଫଳରେ ସହରର ମୁଖ୍ୟ ଛକଗୁଡ଼ିକରେ ଗହଳି ଦେଖାଦେଉଥିବା ବେଳେ ଅନେକ ଦୁର୍ଘଟଣା ଘଟୁଥିବା ନଜିର ରହିଛି। ମାଲବାହୀ ଟ୍ରକ୍‌, ବସ୍‌ ଯାତାୟାତ କରୁଥିବାରୁ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏଥିସହ ଜଟଣୀ ଟାଉନ୍‌ ହଲ ସମ୍ମୁଖ ଏବଂ କୋର୍ଟ ପାର୍ଶ୍ୱ ରାସ୍ତାରେ ଯାନବାହନ ଜାମ ହେବାରୁ ଅନେକ ସମୟରେ ରୋଗୀଙ୍କୁ ନେଇ ଯାଉଥିବା ଆମ୍ମୁଲାନ୍ସ ଫସି ରହୁଥିବା ଦେଖିବାକୁ ମିଳୁଛି। ଟ୍ରାଫିକ ସମସ୍ୟା ସମାଧାନ କେବଳ ଫଟୋ, ପୋଷ୍ଟର ଏବଂ ଗଣମାଧ୍ୟମରେ ସୀମିତ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ଏହି ସମସ୍ୟା ପ୍ରତି ତୁରନ୍ତ ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri