ସୁଧୁରୁନି ଟ୍ରାଫିକ ସମସ୍ୟା କି ଉଠା ଦୋକାନୀଙ୍କୁ କରାଯାଉନି ଥଇଥାନ , ଶବ୍ଦ ପ୍ରଦ୍ୟୁଷଣ ରେ କାନ ଫାଟୁଛି

ଦାରିଙ୍ଗବାଡି, ୨୮ /୧ (ଅରୁଣ ସାହୁ)- ଓଡିଶାର କାଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ର ଟ୍ରାଫିକ ସମସ୍ୟା ସୁଧୁରୁନି ସେହିପରି ୫୯ ନଂ ଜାତୀୟ ରାଜପଥ ଉପରେ ଉଠାଦୋକାନ ଗୁଡିକ ରହିଥିବାରୁ ଟ୍ରାଫିକ ସମସ୍ୟା ଦ୍ବିଗୁଣିତ ହେଉଛି । ସେପଟେ ଜାତୀୟ ରାଜପଥ ଉପରେ ଶହ ଶହ ଗାଡି ମୋଟର ଯାତାୟାତ ହେଉଥିବା ବେଳେ ହର୍ଣର ଶବ୍ଦ ପ୍ରଦ୍ୟୁଷଣ ସହ ଉଠା ଦୋକାନୀମାନେ ପାଟି କରି ଗ୍ରହକଙ୍କୁ ଡାକିବା ଯୋଗୁଁ ଜାତୀୟରାଜପଥ ରେ କୋଳାହଳ ବୃଦ୍ଧି ପାଉଛି ସ୍ଥାନୀୟ ପୋଲିସ ଏବଂ ପ୍ରଶାସନ ଏକାଧିକ ଥର ଉଠାଦୋକାନୀଙ୍କୁ ରାଜପଥ କଡରୁ ଉଠେଇବାକୁ ପ୍ରୟାସ କରିଥିଲେ ମଧ୍ୟ ସେମାନଙ୍କ ସ୍ଥାୟୀ ଥଇଥାନ କରାଯାଉନଥିବାରୁ ଉଠା ଦୋକାନି ମାନେ ବହୁ ସମୟରେ ହଇରାଣ ଭୋଗୁଛନ୍ତି। ରାଜପଥରୁ ଅନ୍ୟତ୍ର ନେଇ ସମସ୍ତଙ୍କୁ ଥଇଥାନ କରିବା ପାଇଁ ଉଠା ଦୋକାନି ମାନେ ବାରମ୍ବାର ପ୍ରଶାସନ ନିକଟରେ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ପ୍ରଶାସନର ଅବହେଳା ଯୋଗୁଁ ଜାତୀୟ ରାଜପଥ ରେ ଭିଡ଼ ସହ ଟ୍ରାଫିକ ସମସ୍ୟା ବୃଦ୍ଧି ପାଉଛି ସେହିପରି ରାଜପଥ ଉପରେ ବାଇକ ଗୁଡିକ ଦ୍ରୁତ ଗତିରେ ଯାତାୟାତ ମଧ୍ୟ ଟ୍ରାଫିକ ସମସ୍ୟାର ବଡ଼ କାରଣ ବୋଲି କୁହାଯାଉଛି। ଶୀଘ୍ର ଉଠା ଦୋକାନୀଙ୍କୁ ଥଇଥାନ କରାଗଲେ ଟ୍ରାଫିକ ସମସ୍ୟାର ସମାଧାନ ହୋଇପାରିବ ବୋଲି କୁହାଯାଉଛ।

ସୂଚନା ଯୋଗ୍ୟଯେ, ଉଠା ଦୋକାନି ମାନେ ନିୟମିତ ବ୍ୟବସାୟ କଲେ ଗୁଜୁରାଣ ମେଣ୍ଟୁଛି ସେମାନଙ୍କ ପାଇଁ ଭେଣ୍ଡିଂ ଜୋନର ବ୍ୟବସ୍ଥା କରାଗଲେ ସେମାନଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବା ସହ ସ୍ବାବଲମ୍ବୀ ହୋଇପାରିବେ ବୋଲି ବୁଦ୍ଧିଜୀବିମାନେ ମତ ପ୍ରକାଶ କରୁଛନ୍ତି ଉଠା ଦୋକାନି ମାନେ ପନିପରିବା ଓ ଅନ୍ୟାନ୍ୟ ସାମଗ୍ରୀ ରାସ୍ତକଡରେ ବିକ୍ରିବଟା କରିବାରୁ ଅନେକ ଗ୍ରାହକଙ୍କ ସୁବିଧା ହେଉଛି ତେଣୁ ସେମାନଙ୍କୁ ସ୍ଥାୟୀ ଥଇଥାନ କରାଯିବା ସହ ଅଟୋ ଷ୍ଟାଣ୍ଡ ର୍ନିମାଣ କରାଯିବା ଜରୁରୀ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri