ମୁଖ୍ୟରାସ୍ତାକଡ଼ରେ ଗୋଦାମ, ଟ୍ରାଫିକ୍‌ ସମସ୍ୟା

ପାରଳାଖେମୁଣ୍ଡି,୨ା୯(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରର ମୁଖ୍ୟରାସ୍ତା କଡରେ ଗୋଦାମଗୁଡିକ ଥିବାରୁ ଟ୍ରାଫିକ ସମସ୍ୟା ଉପୁଜୁଛି । ସହରର ରାମସାଗର ରାସ୍ତାରୁ ଆରମ୍ଭ କରି ପୁରୁଣା ପାଟଣା ରାସ୍ତା ତଥା ଜାତୀୟ ରାଜପଥ ୩୨୬-ଏ କଡରେ ବହୁ ଗୋଦାମ ଗୃହ ନିର୍ମାଣ କରାଯାଇଛି। ସେହିପରି ରାଣୀପେଣ୍ଠ ରାସ୍ତାରୁ ପୁରୁଣା କୋର୍ଟ ଛକ ମଧ୍ୟରେ ମଧ୍ୟ ଗୋଦାମ ଗୃହ ଗଢି ଉଠିଛି । ଏସବୁ ସ୍ଥାନକୁ ଜିନିଷ ନେଇ ଆସୁଥିବା ଟ୍ରକଗୁଡିକୁ ଗୋଦାମ ପାର୍ଶ୍ୱ ରାସ୍ତାରେ ରହି ଦିନରେ ଅନଲୋଡିଂ କରାଯାଉଥିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି । ସହରର ପ୍ରମୁଖ ବ୍ୟବସାୟୀମାନେ ପୁରୁଣାପାଟଣା ରାସ୍ତାରେ ଗୋଦାମ କରିିଛନ୍ତି। କାରଣ ବ୍ୟବସାୟୀମାନେ ମୁଖ୍ୟତଃ ଆନ୍ଧ୍ରପ୍ରଦେଶରୁ ମାଲ ଆଣୁଥିବା ବେଳେ ପୁରୁଣାପାଟଣାରୁ ଆନ୍ଧ୍ର ବର୍ଡର ମାତ୍ର ୧କି.ମି. ଦୂର। ବ୍ୟବସାୟୀଙ୍କୁ ସୁବିଧା ହେଉଥିବାରୁ ଏହି ରାସ୍ତାରେ ବହୁ ସଂଖ୍ୟକ ଗୋଦାମ ଗୃହ ତୋଳିଛନ୍ତି । ଏପଟେ ସ୍ଥାନୀୟ ବାସିନ୍ଦାଙ୍କ ଠାରୁ ଆରମ୍ଭ କରି ଦୈନିକ ଯାତାୟତ କରୁଥିବା ଶତାଧିକ ଗାଡି ମୋଟର ଟ୍ରାଫିକରେ ଫସୁଛନ୍ତି। ତେଣୁ ଏପରି ମୁଖ୍ୟରାସ୍ତାରେ ଗୋଦାମ ଗୃହ ନିର୍ମାଣ ଉପରେ ଅଙ୍କୁଶ ଲଗାଇବାକୁ ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି । ଅନ୍ୟପକ୍ଷରେ ସହର ମଧ୍ୟରେ ମଧ୍ୟ ବହୁ ଗୋଦାମ ଗୃହ ରହିଛି । ଏଥିଯୋଗୁ ମାଲବୋଝଇ ଟ୍ରକ ଗୁଡିକ ଦିନବେଳେ ସହରରେ ପ୍ରବେଶ କରି ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବା ଅଭିଯୋଗ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?