ସ୍ବାଧୀନତା ଦିବସ ପାଇଁ ଟ୍ରାଫିକ୍‌ କଟକଣା: ନ ମାନିଲେ ୧୦୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା

ଭୁବନେଶ୍ୱର,୧୨ା୮: ଚଳିତବର୍ଷ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପରେଡ୍‌ ଅନୁଷ୍ଠିତ ହେବ। ଏଥିପାଇଁ ପରେଡ ଅଭ୍ୟାସ ଆରମ୍ଭ ହୋଇଛି। ମଙ୍ଗଳବାର ମଧ୍ୟ ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ପରେଡ୍‌ ଏବଂ ବୁଧବାର ସକାଳ ୭ରୁ ୧୧ଟା୩୦ ଯାଏ ପୂର୍ଣ୍ଣ ଅଭ୍ୟାସ ପରେଡ୍‌ ଅନୁଷ୍ଠିତ ହେବ।

ଏଥିସହ ୧୫ ତାରିଖରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପରେଡ୍‌ ସକାଳ ୬ଟାରୁ ଆରମ୍ଭ ହେବାକୁ ଥିବାବେଳେ ସର୍ବସାଧାରଣଙ୍କ ସୁଗମନାଗମନ ଓ ପାର୍କିଂ ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ସୋମବାର ଟ୍ରାଫିକ୍‌ କଟକଣା ଜାରି କରାଯାଇଛି।

କଟକଣା ସମୟରେ କୌଣସି ପ୍ରକାର ଭାରିଯାନ ରାମମନ୍ଦିର ଏବଂ ରାଜମହଲ ଛକ ପାର୍ଶ୍ୱରୁ ମାଷ୍ଟରକ୍ୟାଣ୍ଟିନ୍‌ ଛକ ଯିବାକୁ ଦିଆଯିବ ନାହିଁ। କେବଳ ଦୁଇଚକିଆ ତଥା ହାଲୁକା ଯାନ ରାଜମହଲ ଛକରୁ ମାଷ୍ଟରକ୍ୟାଣ୍ଟିନ୍‌ ଆଡ଼କୁ ଆସିପାରିବ କିନ୍ତୁ ପିଏମ୍‌ଜି ଛକ ଆଡ଼କୁ ଯିବାପାଇଁ ଅନୁମତି ଦିଆଯିବ ନାହିଁ।

ହାଉସିଂବୋର୍ଡ ଛକ ପାର୍ଶ୍ୱରୁ ରବୀନ୍ଦ୍ରମଣ୍ଡପ ଆଡକୁ ଆସୁଥିବା ଯାନବାହନଗୁଡ଼ିକ କେଶରୀ ଟକିଜ୍‌ଠାରୁ ବାମପାର୍ଶ୍ୱ ଲେନ୍‌ରେ ଯିବ। ସେହିପରି ଏଜି ଛକରୁ ପିଏମ୍‌ଜି ଛକ ଆଡ଼କୁ ଆସୁଥିବା ଯାନବାହନଗୁଡ଼ିକ ସୂଚନା ଭବନ ଗଳି ରାସ୍ତା ଦେଇ ଇଡ୍‌କଲ୍‌ ଅଡିଟୋରିୟମ୍‌ ପଟୁ ଯିବ।

୧୨୦ ବାଟାଲିୟନ୍‌ ଛକରୁ ରବୀନ୍ଦ୍ରମଣ୍ଡପ ଆଡ଼କୁ ଆସୁଥିବା ସମସ୍ତ ଯାନବାହନ ଏମ୍‌.ଏଲ୍‌ଏ କଲୋନୀ ରାସ୍ତା ଦେଇ ୟୁନିଟ-୪ ନମ୍ବର ପାର୍ଶ୍ୱକୁ ଯିବେ। ମହାତ୍ମାଗାନ୍ଧୀ ମାର୍ଗ ସଂଲଗ୍ନ ସମସ୍ତ ଲେନ୍‌ ଓ ବାଇଲେନ୍‌ଗୁଡ଼ିକରେ ଯାନବାହନ ଚଳାଚଳ ବନ୍ଦ ରହିବ। କେବଳ ପଦଚାରୀମାନେ ଚାଲି ଚାଲି ଗାନ୍ଧୀ ମାର୍ଗକୁ ଆସିପାରିବେ। ତେବେ ସ୍ବାଧୀନତା ଦିବସ ଦିନ ପରେଡ୍‌ ସରିବା ଯାଏ ପିଏମ୍‌ଜି ଛକଠାରୁ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ କୌଣସି ଗ୍ୟାସ୍‌ ବେଲୁନ୍‌ ବିକ୍ରି ହୋଇପାରିବ ନାହିଁ।

ସେହିପରି ପାର୍କିଂ ପାଇଁ ୭ଟି ସ୍ଥାନ ମଧ୍ୟ ନିର୍ଦ୍ଧାରିତ ହୋଇଛି। ରେଳଷ୍ଟେଶନ ପାଖ ବିଡିଏ ବସ୍‌ଷ୍ଟାଣ୍ଡ, କଂଗ୍ରେସ ଭବନ ପାଖ ଖୋଲାସ୍ଥାନ, ଇଡ୍‌କଲ୍‌ ଅଡିଟୋରିୟମ୍‌ ପାଖ ଖୋଲାସ୍ଥାନ, ଜୟଦେବଭବନ ସମ୍ମୁଖ ଖୋଲାସ୍ଥାନ, ୟୁନିଟ-୩ ଷ୍ଟେଟ୍‌ବ୍ୟାଙ୍କ ଅଫ୍‌ ଇଣ୍ଡିଆ ସମ୍ମୁଖ ଖୋଲାସ୍ଥାନ, ରବିନ୍ଦ୍ର ମଣ୍ଡପ ହତା ଭିତର ଖୋଲାସ୍ଥାନ ଓ ୟୁନିଟ-୨ ସରକାରୀ ବାଳିକା ବିଦ୍ୟାଳୟ ପଡ଼ିଆରେ ପାର୍କିଂ କରାଯିବ। ତେବେ ଏହି ନିର୍ଦ୍ଦେଶନାମା ଉଲ୍ଲଂଘନକାରୀଙ୍କଠାରୁ ଓଡ଼ିଶା ଅର୍ବାନ୍‌ ପୋଲିସ ଆକ୍ଟ ଧାରା ୯୬ ଅନୁଯାୟୀ ୫୦୦ କିମ୍ବା ୧୦୦୦ ଟଙ୍କା ଜରିମାନା ନିଆଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri