ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା: ୨୭ ତାରିଖରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଭାରୀଯାନ ମନା

ଭୁବନେଶ୍ୱର,୨୬ା୯(ସତ୍ୟଜିତ୍‌ ରାଉତ): ଦୁର୍ଗାପୂଜା ସମୟରେ ଭିଡକୁ ଦୃଷ୍ଟିରେ ରଖି ସହର ମଧ୍ୟରେ ଭାରିଯାନ ଚଳାଚଳ ଉପରେ କଟକଣା ଲଗାଯାଇଛି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରୁଟ୍‌ରେ ଅପରାହ୍ନ ୨ଟାରୁ ରାତି ୨ଟା ପର୍ଯ୍ୟନ୍ତ ଭାରୀଯାନ ଚଳାଚଳ କରିପାରିବ ନାହିଁ। ୨୭ ତାରିଖରୁ ଅକ୍ଟୋର ୨ ପର୍ଯ୍ୟନ୍ତ ଏହି କଟକଣା ରହିବ ବୋଲି କମିଶନରେଟ୍‌ ପୋଲିସ ପକ୍ଷରୁ ଗୁରୁବାର ନିର୍ଦ୍ଦେଶନାମା ଜାରି କରାଯାଇଛି। ମୁଖ୍ୟ ରାସ୍ତାକୁ ସଂଯୋଗ କରୁଥିବା ଆଖପାଖ ରାସ୍ତାରେ ମଧ୍ୟ କଟକଣା ରହିବ। ରସୁଲଗଡ଼ ଛକଠାରୁ ଲିଙ୍ଗିପୁର ଛକ ରାସ୍ତା ଓ ବାଣୀବିହାର ଛକଠାରୁ ଶିଶୁଭବନ ଛକ ରାସ୍ତାରେ ଭାରୀଯାନ ଚଳାଚଳ କରିପାରିବ ନାହିଁ। ସେହିପରି ଆଚାର୍ଯ୍ୟବିହାର ଛକ ଠାରୁ କଳିଙ୍ଗହସ୍ପିଟାଲ ଛକ ରାସ୍ତା, ଆଚାର୍ଯ୍ୟ ବିହାର ଛକ ଠାରୁ ନିୟୁ ଏୟାରପୋର୍ଟ ଛକ ରାସ୍ତା, ଜୟଦେବ ବିହାର ଛକ ଠାରୁ ନନ୍ଦନକାନନ ଛକ ରାସ୍ତା, ଜୟଦେବ ବିହାର ଛକ ଠାରୁ ରାଜଭାବନ ଛକ ରାସ୍ତା, ସିଆର୍‌ପି ଛକ ଠାରୁ ପାୱାର ହାଉସ ଛକ ରାସ୍ତା, ଫାୟାର ଟ୍ରେନିଂ ସ୍କୁଲ ଛକ ଠାରୁ ଶିଶୁଭବନ ଛକ ରାସ୍ତା, ଖଣ୍ଡଗିରି ଛକ ଠାରୁ ପୋଖରୀପୁଟ ଛକ ରାସ୍ତା ଓ ୧୬ ନଂ ଜାତୀୟ ରାଜପଥର ବରମୁଣ୍ଡାଠାରୁ ପଳାଶୁଣୀ ପର୍ଯ୍ୟନ୍ତ ଉଭୟ ପାଶର୍‌ବର ସର୍ଭିସ୍‌ ରୋଡ଼ରେ କଟକଣା ଲଗାଯାଇଛି। ତେବେ ଖୋର୍ଦ୍ଧା ପଟୁ କଟକ ଆଡ଼କୁ ଆସୁଥିବା ଭାରୀଯାନଗୁଡିକ ଭୁବନେଶ୍ୱର ଆଡ଼କୁ ଆସିବାକୁ ଦିଆଯିବ ନାହିଁ। ସେହି ଗାଡ଼ିଗୁଡ଼ିକ ପିତାପଲି ଛକ ଠାରୁ ବାମ ମୋଡ ନେଇ ଚନ୍ଦକା-ବାରଙ୍ଗ ରାସ୍ତା ଦେଇ ବାଲିକୁଦାଠାରେ ଏନ୍‌ଏଚ୍‌-୧୬ରେ ମିଶିବେ। ସେହିପରି କଟକ ପଟୁ ଖୋର୍ଦ୍ଧା ଆଡ଼କୁ ଆସୁଥୁବା ଭାରୀଯାନଗୁଡ଼ିକ ବାଲିକୁଦା ଛକ ଦେଇ ପିତାପଲ୍ଲୀଠାରେ ଜାତୀୟ ଏନ୍‌ଏଟ୍‌-୧୬ରେ ମିଶିବେ। ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖି ଆବଶ୍ୟକ ପଡ଼ିଲେ ପିତାପଲ୍ଲୀ ଛକ ଓ ବିରୂପା ବ୍ରିଜ୍‌ ଠାରୁ ଭାରୀଯାନ ଗୁଡ଼ିକର ଚଳାଚଳ ନିଷେଧ କରାଯିବ। ତେବେ ନୟାପଲ୍ଲୀ ରାବଣ ପୋଡ଼ି ସମୟରେ ଏନ୍‌ଏଚ୍‌-୧୬ ଦେଇ କଟକ ପଟୁ ଆସୁଥିବା ଭାରୀଯାନ ବ୍ୟତୀତ ସମସ୍ତ ଗାଡିଗୁଡିକ ଜୟଦେବ ବିହାର ଠାରୁ ବାମ ପାଶର୍‌ବ ରାସ୍ତା ଦେଇ ବେହେରା ସାହି, ପାୱାର ହାଉସ ଏବଂ ୟୁନିଟ- ୮ ଡ଼ିଏଭି ସ୍କୁଲ ଛକ ଦେଇ ସି.ଆର.ପି ଛକ ଆଡ଼କୁ ଯିବ। ସେହିପରି ସମସ୍ତ ଗାଡିଗୁଡିକ ସି.ଆର.ପି ଛକ ଠାରୁ ଏକାମ୍ର କାନନ ରାସ୍ତା, ବିଜୁ ପଟ୍ଟନାୟକ କଲେଜ୍‌ ରାସ୍ତା ଦେଇ ଜୟଦେବ ବିହାର ଆଡ଼କୁ ଯିବେ। ଅନ୍ୟପକ୍ଷରେ ପୁରୀ ପଟୁ ବରମୁଣ୍ଡା ଆଡ଼କୁ ଆସୁଥିବା ବସଗୁଡ଼ିକ ଲିଙ୍ଗିପୁର ଛକ ଠାରୁ ପାଣ୍ଡରା ଛକ, କେଶୁରା ଛକ ଓ ହାଇଟେକ୍‌ ଛକ ଦେଇ ବରମୁଣ୍ଡା ବସଷ୍ଟାଣ୍ଡକୁ ଯିବ। ସେହିପରି ବରମୁଣ୍ଡା ପଟୁ ପୁରୀ ଆଡ଼କୁ ଯିବାକୁ ଚାହୁଁଥିବା ଗାଡ଼ିଗୁଡ଼ିକ ସମାନ ରାସ୍ତାରେ ଯିବ। କୌଣସି ପ୍ରକାର ବସ୍‌ ସହର ମଧ୍ୟକୁ ଛଡ଼ାଯିବ ନାହିଁ। ସେହିପରି ପୁରୀ ପଟୁ କଟକ ଆଡ଼କୁ ଯାଉଥିବା ବସଗୁଡ଼ିକ ଲିଙ୍ଗିପୁର ଛକ ଦେଇ ବାଇପାସ ରୋଡରେ ଯିବ। କଟକ ପଟୁ ପୁରୀ ଆଡକୁ ଯିବାକୁ ଚାହୁଁଥିବା ଗାଡ଼ିଗୁଡ଼ିକ ବାଇସ ରୋଡ ଦେଇ ଯିବ। ମାଷ୍ଟର କ୍ୟାଣ୍ଟିନ୍‌ ବସ୍‌ ଷ୍ଟାଣ୍ଡରୁ କୌଣସି ପ୍ରକାର ବସ୍‌ ବାଣୀବିହାର ଛକ କିମ୍ବା ରବି ଟକୀଜ୍‌ ଛକ ଆଡ଼କୁ ଯାଇପାରିବେ ନାହିଁ। ଉକ୍ତ ଗାଡ଼ିଗୁଡ଼ିକ କଟକଣା ନଥୁବା ସମୟରେ ରାମ ମନ୍ଦିର ଛକ ଦେଇ ହାଉସିଂ ବୋର୍ଡ ଛକ ହୋଇ ଆଚାର୍ଯ୍ୟ ବିହାର ଛକ ରାସ୍ତାକୁ ବାହାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri