ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା: ୨୭ ତାରିଖରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଭାରୀଯାନ ମନା

ଭୁବନେଶ୍ୱର,୨୬ା୯(ସତ୍ୟଜିତ୍‌ ରାଉତ): ଦୁର୍ଗାପୂଜା ସମୟରେ ଭିଡକୁ ଦୃଷ୍ଟିରେ ରଖି ସହର ମଧ୍ୟରେ ଭାରିଯାନ ଚଳାଚଳ ଉପରେ କଟକଣା ଲଗାଯାଇଛି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରୁଟ୍‌ରେ ଅପରାହ୍ନ ୨ଟାରୁ ରାତି ୨ଟା ପର୍ଯ୍ୟନ୍ତ ଭାରୀଯାନ ଚଳାଚଳ କରିପାରିବ ନାହିଁ। ୨୭ ତାରିଖରୁ ଅକ୍ଟୋର ୨ ପର୍ଯ୍ୟନ୍ତ ଏହି କଟକଣା ରହିବ ବୋଲି କମିଶନରେଟ୍‌ ପୋଲିସ ପକ୍ଷରୁ ଗୁରୁବାର ନିର୍ଦ୍ଦେଶନାମା ଜାରି କରାଯାଇଛି। ମୁଖ୍ୟ ରାସ୍ତାକୁ ସଂଯୋଗ କରୁଥିବା ଆଖପାଖ ରାସ୍ତାରେ ମଧ୍ୟ କଟକଣା ରହିବ। ରସୁଲଗଡ଼ ଛକଠାରୁ ଲିଙ୍ଗିପୁର ଛକ ରାସ୍ତା ଓ ବାଣୀବିହାର ଛକଠାରୁ ଶିଶୁଭବନ ଛକ ରାସ୍ତାରେ ଭାରୀଯାନ ଚଳାଚଳ କରିପାରିବ ନାହିଁ। ସେହିପରି ଆଚାର୍ଯ୍ୟବିହାର ଛକ ଠାରୁ କଳିଙ୍ଗହସ୍ପିଟାଲ ଛକ ରାସ୍ତା, ଆଚାର୍ଯ୍ୟ ବିହାର ଛକ ଠାରୁ ନିୟୁ ଏୟାରପୋର୍ଟ ଛକ ରାସ୍ତା, ଜୟଦେବ ବିହାର ଛକ ଠାରୁ ନନ୍ଦନକାନନ ଛକ ରାସ୍ତା, ଜୟଦେବ ବିହାର ଛକ ଠାରୁ ରାଜଭାବନ ଛକ ରାସ୍ତା, ସିଆର୍‌ପି ଛକ ଠାରୁ ପାୱାର ହାଉସ ଛକ ରାସ୍ତା, ଫାୟାର ଟ୍ରେନିଂ ସ୍କୁଲ ଛକ ଠାରୁ ଶିଶୁଭବନ ଛକ ରାସ୍ତା, ଖଣ୍ଡଗିରି ଛକ ଠାରୁ ପୋଖରୀପୁଟ ଛକ ରାସ୍ତା ଓ ୧୬ ନଂ ଜାତୀୟ ରାଜପଥର ବରମୁଣ୍ଡାଠାରୁ ପଳାଶୁଣୀ ପର୍ଯ୍ୟନ୍ତ ଉଭୟ ପାଶର୍‌ବର ସର୍ଭିସ୍‌ ରୋଡ଼ରେ କଟକଣା ଲଗାଯାଇଛି। ତେବେ ଖୋର୍ଦ୍ଧା ପଟୁ କଟକ ଆଡ଼କୁ ଆସୁଥିବା ଭାରୀଯାନଗୁଡିକ ଭୁବନେଶ୍ୱର ଆଡ଼କୁ ଆସିବାକୁ ଦିଆଯିବ ନାହିଁ। ସେହି ଗାଡ଼ିଗୁଡ଼ିକ ପିତାପଲି ଛକ ଠାରୁ ବାମ ମୋଡ ନେଇ ଚନ୍ଦକା-ବାରଙ୍ଗ ରାସ୍ତା ଦେଇ ବାଲିକୁଦାଠାରେ ଏନ୍‌ଏଚ୍‌-୧୬ରେ ମିଶିବେ। ସେହିପରି କଟକ ପଟୁ ଖୋର୍ଦ୍ଧା ଆଡ଼କୁ ଆସୁଥୁବା ଭାରୀଯାନଗୁଡ଼ିକ ବାଲିକୁଦା ଛକ ଦେଇ ପିତାପଲ୍ଲୀଠାରେ ଜାତୀୟ ଏନ୍‌ଏଟ୍‌-୧୬ରେ ମିଶିବେ। ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖି ଆବଶ୍ୟକ ପଡ଼ିଲେ ପିତାପଲ୍ଲୀ ଛକ ଓ ବିରୂପା ବ୍ରିଜ୍‌ ଠାରୁ ଭାରୀଯାନ ଗୁଡ଼ିକର ଚଳାଚଳ ନିଷେଧ କରାଯିବ। ତେବେ ନୟାପଲ୍ଲୀ ରାବଣ ପୋଡ଼ି ସମୟରେ ଏନ୍‌ଏଚ୍‌-୧୬ ଦେଇ କଟକ ପଟୁ ଆସୁଥିବା ଭାରୀଯାନ ବ୍ୟତୀତ ସମସ୍ତ ଗାଡିଗୁଡିକ ଜୟଦେବ ବିହାର ଠାରୁ ବାମ ପାଶର୍‌ବ ରାସ୍ତା ଦେଇ ବେହେରା ସାହି, ପାୱାର ହାଉସ ଏବଂ ୟୁନିଟ- ୮ ଡ଼ିଏଭି ସ୍କୁଲ ଛକ ଦେଇ ସି.ଆର.ପି ଛକ ଆଡ଼କୁ ଯିବ। ସେହିପରି ସମସ୍ତ ଗାଡିଗୁଡିକ ସି.ଆର.ପି ଛକ ଠାରୁ ଏକାମ୍ର କାନନ ରାସ୍ତା, ବିଜୁ ପଟ୍ଟନାୟକ କଲେଜ୍‌ ରାସ୍ତା ଦେଇ ଜୟଦେବ ବିହାର ଆଡ଼କୁ ଯିବେ। ଅନ୍ୟପକ୍ଷରେ ପୁରୀ ପଟୁ ବରମୁଣ୍ଡା ଆଡ଼କୁ ଆସୁଥିବା ବସଗୁଡ଼ିକ ଲିଙ୍ଗିପୁର ଛକ ଠାରୁ ପାଣ୍ଡରା ଛକ, କେଶୁରା ଛକ ଓ ହାଇଟେକ୍‌ ଛକ ଦେଇ ବରମୁଣ୍ଡା ବସଷ୍ଟାଣ୍ଡକୁ ଯିବ। ସେହିପରି ବରମୁଣ୍ଡା ପଟୁ ପୁରୀ ଆଡ଼କୁ ଯିବାକୁ ଚାହୁଁଥିବା ଗାଡ଼ିଗୁଡ଼ିକ ସମାନ ରାସ୍ତାରେ ଯିବ। କୌଣସି ପ୍ରକାର ବସ୍‌ ସହର ମଧ୍ୟକୁ ଛଡ଼ାଯିବ ନାହିଁ। ସେହିପରି ପୁରୀ ପଟୁ କଟକ ଆଡ଼କୁ ଯାଉଥିବା ବସଗୁଡ଼ିକ ଲିଙ୍ଗିପୁର ଛକ ଦେଇ ବାଇପାସ ରୋଡରେ ଯିବ। କଟକ ପଟୁ ପୁରୀ ଆଡକୁ ଯିବାକୁ ଚାହୁଁଥିବା ଗାଡ଼ିଗୁଡ଼ିକ ବାଇସ ରୋଡ ଦେଇ ଯିବ। ମାଷ୍ଟର କ୍ୟାଣ୍ଟିନ୍‌ ବସ୍‌ ଷ୍ଟାଣ୍ଡରୁ କୌଣସି ପ୍ରକାର ବସ୍‌ ବାଣୀବିହାର ଛକ କିମ୍ବା ରବି ଟକୀଜ୍‌ ଛକ ଆଡ଼କୁ ଯାଇପାରିବେ ନାହିଁ। ଉକ୍ତ ଗାଡ଼ିଗୁଡ଼ିକ କଟକଣା ନଥୁବା ସମୟରେ ରାମ ମନ୍ଦିର ଛକ ଦେଇ ହାଉସିଂ ବୋର୍ଡ ଛକ ହୋଇ ଆଚାର୍ଯ୍ୟ ବିହାର ଛକ ରାସ୍ତାକୁ ବାହାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri