ଭୁବନେଶ୍ୱର,୧୪ା୭: ଆଜି ଅର୍ଥାତ୍ ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଏହି ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ୍ କଟକଣା କରାଯାଇଛି। ଏୟାରପୋର୍ଟରୁ ଜୟଦେବ ବିହାର ଦେଇ ଏମ୍ସ ଯିବା ରାସ୍ତା ବନ୍ଦ ରହିବ। ସନ୍ଧ୍ୟା ୫ଟା ୧୦ରୁ ୫ଟା ୫୦ ମିନିଟ ଭିତରେ ବନ୍ଦ ରହିବ ରାସ୍ତା। ଏୟାରପୋର୍ଟ ଛକ, କ୍ୟାପିଟାଲ ହସ୍ପିଟାଲ, ଏଜି ଛକ ରାସ୍ତା ବନ୍ଦ ରହିବ। ରାଜଭବନ ଛକ, ପାଓ୍ବାର ହାଉସ ଛକ ଦେଇ ବନ୍ଦ ରହିବ ଗାଡ଼ି ଚଳାଚଳ। ୧୨୦ ବିଏନ୍ ଛକ, ଶାସ୍ତ୍ରୀନଗର, ବେହେରା ସାହି ରାସ୍ତା ବନ୍ଦ କରାଯିବ। ଜୟଦେବ ବିହାର ଛକରୁ ୧୬ ନମ୍ବର ଜାତୀୟ ରାଜପଥ ରାସ୍ତା ବନ୍ଦ ରହିବ। ଖଣ୍ଡଗିରି ଫ୍ଲାଏ ଓଭର ବ୍ରିଜ୍, କସ୍ମୋପଲିସ ଛକ, ଏମ୍ସ ଅଣ୍ଡର ପାସ୍ ରାସ୍ତା ବନ୍ଦ ରହିବ। ସା ୬.୩୦ରୁ ୭.୦୫ ପର୍ଯ୍ୟନ୍ତ ଟ୍ରାଫିକ କଟକଣା ବଳବତ୍ତର ରହିବ।




