ଇସ୍କନ ରଥଯାତ୍ରା ପାଇଁ ରାଜଧାନୀରେ ଟ୍ରାଫିକ୍‌ କଟକଣା: ୟୁନିଟ୍-୮ରୁ ସିଆରପି ଛକ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୨।୭: ରାଜଧାନୀ ଭୁବନେଶ୍ୱରରେ ଇସ୍କନ ପକ୍ଷରୁ ଆୟୋଜିତ ହେବାକୁ ଥିବା ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ଭୁବନେଶ୍ୱର କମିଶନରେଟ୍ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ରଥଯାତ୍ରା ଦିନ ଅପରାହ୍ଣ ୩ଟାରୁ ରଥଯାତ୍ରା ଶେଷ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ।

କମିଶନରେଟ୍ ପୋଲିସର ସୂଚନା ଅନୁଯାୟୀ, ଖୋର୍ଦ୍ଧା ପଟୁ ଆସୁଥିବା ସମସ୍ତ ଭାରୀଯାନକୁ ସିଆରପି ଛକ ଆଡ଼କୁ ଆସିବାକୁ ବାରଣ କରାଯାଇଛି। ସେହିପରି ଡିଏଭି ସ୍କୁଲ, ୟୁନିଟ୍-୮ରୁ ସିଆରପି ଛକ ପର୍ଯ୍ୟନ୍ତ ଏବଂ ସିଆରପି ଛକରୁ ଇସ୍କନ ମନ୍ଦିର ପର୍ଯ୍ୟନ୍ତ ସମସ୍ତ ପ୍ରକାର ସାଧାରଣ ଯାନବାହନ ଚଳାଚଳ ବନ୍ଦ ରହିବ।ଏହି ସମାନ ଟ୍ରାଫିକ୍‌ ବ୍ୟବସ୍ଥା ବାହୁଡ଼ା ଯାତ୍ରା ଦିନ ମଧ୍ୟ ଲାଗୁ ରହିବ। ରଥ ନିର୍ଦ୍ଦିଷ୍ଟ ରାସ୍ତା ଅତିକ୍ରମ କରିବା ପର୍ଯ୍ୟନ୍ତ ପୋଲିସ ପକ୍ଷରୁ ଟ୍ରାଫିକ୍‌ କଟକଣା ବଳବତ୍ତର ରହିବ।

ସେହିପରି ସୁନାବେଶ ଦିନ ସନ୍ଧ୍ୟା ୫ଟାରୁ ଦର୍ଶନ ଶେଷ ହେବା ପର୍ଯ୍ୟନ୍ତ ସିଆରପି ଛକରୁ ଇସ୍କନ ମନ୍ଦିର ପର୍ଯ୍ୟନ୍ତ ଯାନବାହନ ଚଳାଚଳ ଉପରେ କଟକଣା ଜାରି ରହିବ।ତେବେ ଆମ୍ବୁଲାନ୍ସ, ଅଗ୍ନିଶମ ବାହିନୀ ଏବଂ ଅନ୍ୟାନ୍ୟ ଜରୁରୀକାଳୀନ ସେବାରେ ନିୟୋଜିତ ଯାନବାହାନ ପାଇଁ ଏହି କଟକଣା ଲାଗୁ ହେବ ନାହିଁ। ରଥଯାତ୍ରା ସମୟରେ ଟ୍ରାଫିକ୍‌ ନିୟମ ପାଳନ କରି ପୋଲିସକୁ ସହଯୋଗ କରିବାକୁ କମିଶନରେଟ୍ ପୋଲିସ ପକ୍ଷରୁ ସାଧାରଣ ଲୋକଙ୍କୁ ଅନୁରୋଧ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri