ରାଜଧାନୀରେ ଗାଡ଼ି ବେଗ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୨୩।୨(ବ୍ୟୁରୋ):  ରାଜଧାନୀ ଭୁବନେଶ୍ୱରରେ ଯାନବାହନ ବେଗ ଉପରେ ଅଙ୍କୁଶ ଲଗାଯାଇଛି। ଘଣ୍ଟା ପ୍ରତି ୫୦ କିମି ବେଗରେ ଗାଡ଼ି ଚଲାଇଲେ ଲାଗୁ ହେବ ୭ ହଜାର ଜରିମାନା । ଏଥିସହ ଗାଡ଼ି ଚାଳକଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରାଯିବ । ଏପରି ଯଦି ୩ ଥର ରଦ୍ଦ ହୁଏ, ତେବେ ସବୁଦିନ ପାଇଁ ଲାଇସେନ୍ସ ବାତିଲ ହୋଇଯିବ । ସହରରେ ଟ୍ରାଫିକ୍‌ ସମସ୍ୟାରେ ସୁଧାର ଆଣିବା ପାଇଁ ଟ୍ରାଫିକ୍‌ ପୋଲିସ ଏଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ।
ଗତି ଓ ମୋବାଇଲ ଫୋନରେ କଥା ହେବା କାରଣରୁ ଗାଡ଼ି ଅନେକ ସମୟରେ ଦୁର୍ଘଟଣା ଘଟୁଛି । ଏହା ଚାଳକଙ୍କ ପାଇଁ ବିପଦ ସୃଷ୍ଟି କରୁଥିବାରୁ ଏଭଳି କଠୋର ପଦକ୍ଷେପ ଗ୍ରହଣ କରାଯାଇଛି ।
ଏ ନେଇ ରାଜଧାନୀର ୧୩ଟି ଛକରେ ଅତ୍ୟାଧୁନିକ ଏଏନ୍‌ପିଆର/ ଟିଭିଡିଏସ୍‌ ସିସିଟିଭି କ୍ୟାମେରା ଲଗାଯାଇଛି । ସେହି ଛକଗୁଡ଼ିକ ହେଲା ପଟିଆ, ପାୱାର ହାଉସ୍‌, କଳିଙ୍ଗ ଷ୍ଟାଡିୟମ, କ୍ୟାପିଟାଲ ହସ୍ପିଟାଲ, କିଟ୍‌ ଛକ, କିଟ୍‌ କ୍ୟାମ୍ପସ ନମ୍ବର-୩, ଶିଶୁଭବନ ଛକ, ବାଣୀବିହାରଠାରୁ ଶିଶୁଭବନ, କ୍ୟାପିଟାଲ ଛକ, ଶାସ୍ତ୍ରୀନଗର ଛକ, ରାଜମହଲ ଛକ, ଟ୍ରାଇଡେଣ୍ଟ ହୋଟେଲ ଓ ନାକାଗେଟ୍‌ ।
ଯଦି ଉକ୍ତ ଛକଗୁଡିକରେ ଗାଡ଼ିର ବେଗ ୫୦ କି.ମି.ରୁ ଅଧିକ ହେବ, ତେବେ ସିଟିସିଭିରେ ଚାଳକଙ୍କ ମୋବାଇଲକୁ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଚାଲାଣ ପଠାଯିବ । ଯଦି ଉକ୍ତ ଗାଡ଼ିଚାଳକ ଡ୍ରାଇଭିଂ ଲାଇସେନ୍ସ ଦେଖାଇବେ, ତେବେ ତାଙ୍କର ଜରିମାନା ରାଶି ୨ ହଜାର ଟଙ୍କାକୁ ହ୍ରାସ କରାଯିବ ।
ଏଭଳି ଘଟଣା ୩ ଥର ହେଲେ ଚତୁର୍ଥ ଥର ବେଳକୁ ଡ୍ରାଇଭିଂ ଲାଇସେନ୍ସ ସବୁଦିନ ପାଇଁ ବାତିଲ କରାଯିବ ବୋଲି କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri