ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଯାନବାହନ ବେଗ ଉପରେ ଅଙ୍କୁଶ ଲଗାଯାଇଛି। ଘଣ୍ଟା ପ୍ରତି ୫୦ କିମି ବେଗରେ ଗାଡ଼ି ଚଲାଇଲେ ଲାଗୁ ହେବ ୭ ହଜାର ଜରିମାନା । ଏଥିସହ ଗାଡ଼ି ଚାଳକଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରାଯିବ । ଏପରି ଯଦି ୩ ଥର ରଦ୍ଦ ହୁଏ, ତେବେ ସବୁଦିନ ପାଇଁ ଲାଇସେନ୍ସ ବାତିଲ ହୋଇଯିବ । ସହରରେ ଟ୍ରାଫିକ୍ ସମସ୍ୟାରେ ସୁଧାର ଆଣିବା ପାଇଁ ଟ୍ରାଫିକ୍ ପୋଲିସ ଏଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ।
ଗତି ଓ ମୋବାଇଲ ଫୋନରେ କଥା ହେବା କାରଣରୁ ଗାଡ଼ି ଅନେକ ସମୟରେ ଦୁର୍ଘଟଣା ଘଟୁଛି । ଏହା ଚାଳକଙ୍କ ପାଇଁ ବିପଦ ସୃଷ୍ଟି କରୁଥିବାରୁ ଏଭଳି କଠୋର ପଦକ୍ଷେପ ଗ୍ରହଣ କରାଯାଇଛି ।
ଏ ନେଇ ରାଜଧାନୀର ୧୩ଟି ଛକରେ ଅତ୍ୟାଧୁନିକ ଏଏନ୍ପିଆର/ ଟିଭିଡିଏସ୍ ସିସିଟିଭି କ୍ୟାମେରା ଲଗାଯାଇଛି । ସେହି ଛକଗୁଡ଼ିକ ହେଲା ପଟିଆ, ପାୱାର ହାଉସ୍, କଳିଙ୍ଗ ଷ୍ଟାଡିୟମ, କ୍ୟାପିଟାଲ ହସ୍ପିଟାଲ, କିଟ୍ ଛକ, କିଟ୍ କ୍ୟାମ୍ପସ ନମ୍ବର-୩, ଶିଶୁଭବନ ଛକ, ବାଣୀବିହାରଠାରୁ ଶିଶୁଭବନ, କ୍ୟାପିଟାଲ ଛକ, ଶାସ୍ତ୍ରୀନଗର ଛକ, ରାଜମହଲ ଛକ, ଟ୍ରାଇଡେଣ୍ଟ ହୋଟେଲ ଓ ନାକାଗେଟ୍ ।
ଯଦି ଉକ୍ତ ଛକଗୁଡିକରେ ଗାଡ଼ିର ବେଗ ୫୦ କି.ମି.ରୁ ଅଧିକ ହେବ, ତେବେ ସିଟିସିଭିରେ ଚାଳକଙ୍କ ମୋବାଇଲକୁ ଏସ୍ଏମ୍ଏସ୍ ମାଧ୍ୟମରେ ଚାଲାଣ ପଠାଯିବ । ଯଦି ଉକ୍ତ ଗାଡ଼ିଚାଳକ ଡ୍ରାଇଭିଂ ଲାଇସେନ୍ସ ଦେଖାଇବେ, ତେବେ ତାଙ୍କର ଜରିମାନା ରାଶି ୨ ହଜାର ଟଙ୍କାକୁ ହ୍ରାସ କରାଯିବ ।
ଏଭଳି ଘଟଣା ୩ ଥର ହେଲେ ଚତୁର୍ଥ ଥର ବେଳକୁ ଡ୍ରାଇଭିଂ ଲାଇସେନ୍ସ ସବୁଦିନ ପାଇଁ ବାତିଲ କରାଯିବ ବୋଲି କୁହାଯାଇଛି ।
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….
ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି…
Archives

