ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ ବିତାଉଛନ୍ତି ଲୋକେ। ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବିଡ଼ିଓ ମୁନା ସେଠୀ କହିଛନ୍ତି। ବୁଢ଼ାବଳଙ୍ଗ ନଦୀର ଜଳସ୍ତର ମଧ୍ୟ ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବା ସୂଚନା ମିଳିଛି। ଗୁରୁବାର ଦ୍ୱିପହର ପର୍ଯ୍ୟନ୍ତ ଗଣ୍ଡବାଙ୍କ, ପ୍ରତିମାଦେଇପୁର, ପାଟଳିପୁରା, ଦାରିହା, କାଠପାଳ ନାଖରା ସିଙ୍ଗଲାମୁଣ୍ଡଳି ଡେଁଫଉଦା ଆଦି ତଳିଆ ଅଞ୍ଚଳରେ ଲୋକଙ୍କ ଘର ଭିତରକୁ ବର୍ଷାଜଳ ପଶିଯାଇଥିବା ଜଣାପଡ଼ିଛି।

ଗୁରୁବାର ସକାଳେ କ୍ଷୀରପଦା ନିକଟରେ ବୈଶିଙ୍ଗା ବଡ଼ସାହି ମୁଖ୍ୟ ରାସ୍ତା ଉପରେ ପାଣି ଚାଲୁଥିବାରୁ ଚଳାଚଳ ବନ୍ଦ ହୋଇଯାଇଥିଲା। ସେହିଭଳି ବୈଶିଙ୍ଗା ରୁପ୍‌ସା ମୁଖ୍ୟ ରାସ୍ତାର ବ୍ରଜମୋହନ ଫିଲିଙ୍ଗ ଷ୍ଟେଶନ ନିକଟରେ ୩ ଫୁଟ ଉଚ୍ଚରେ ବର୍ଷାଜଳ ପ୍ରବାହିତ ହେବା ସହିତ ପିଚୁ ରାସ୍ତାର ଗୋଟିଏ ପାର୍ଶ୍ୱ ସମ୍ପୂର୍ଣ୍ଣ ଭାବେ ଧସି ପଡ଼ିଥିଲା। ପୋଲିସ ପକ୍ଷରୁ ସୁରକ୍ଷା କାରଣରୁ ଉଭୟ ପାର୍ଶ୍ୱରେ ଟ୍ରକ ବସ୍‌ ଭଳି ବଡ଼ ଗାଡ଼ି ଗୁଡ଼ିକୁ ଅଟକ ରଖାଯାଇଛି। ତେବେ ଉଭୟ ରାସ୍ତା ଖୁବ ଚଳଚଞ୍ଚଳ ହୋଇଥିବା ସହ ଲୋକଙ୍କ ଜୀବନରେଖା କୁହାଯାଉଥିବା ଯୋଗୁ ବୁଧବାର ଅପରାହ୍ନଠାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଚଳିତବର୍ଷ ଏଭଳି ଶୋଚନୀୟ ଅବସ୍ଥା ପାଇଁ ସୁବର୍ଣ୍ଣରେଖା ଜଳସେଚନ କେନାଲକୁ ପ୍ରଭାବିତ ଗ୍ରାମ ଗୁଡ଼ିକର ଲୋକେ ଦାୟୀ କରିଛନ୍ତି। ପ୍ରଶାସନ ପକ୍ଷରୁ କେନାଲ ମଧ୍ୟକୁ ଅଧିକ ମାତ୍ରାରେ ପାଣି ଉପର ମୁଣ୍ଡରେ ଛାଡ଼ି ଦେଉଥିବା ଯୋଗୁ ଚଳିତବର୍ଷ ପ୍ରଥମଥର ପାଇଁ ଏଭଳି ସ୍ଥିତି ଉପୁଜିଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?