ବନ୍ଦ ପ୍ରଭାବରେ ମାଲକାନଗିରି ଜିଲାରେ ଗାଡି ଚଳାଚଳ, ଦୋକାନ ବଜାର ବନ୍ଦ

ମାଲକାନଗିରି, ୧୯।୪ (ଡି.ଏନ୍‌.ଏ) ସମ୍ବଲପୁରରେ ହନୁମାନ ଜୟନ୍ତୀରେ ହୋଇଥିବା ଦଙ୍ଗା ବିରୋଧରେ ବୁଧୁବାର ବିଶ୍ୱ ହିନ୍ଦୁ ପରିଷଦ ଏବଂ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ତରଫରୁ ଓଡିଶାର ୧୪ଟି ଜିଲାରେ ୧୨ଘଣ୍ଟିଆ ବନ୍ଦ ପାଳନ ହେଉଛି। ତେବେ ମାଲକାନଗିରି ଜିଲାରେ ଏହାର ପ୍ରଭାବ ଦେଖିବାକୁ ମିଳିଛିା ସକାଳ ୬ଟାରୁ ବିଶ୍ୱ ହିନ୍ଦୁ ପରିଷଦ ଓ ରାଷ୍ଟ୍ରୀୟ ସ୍ବୟଂ ସେବକସଂଘ ଓ ଭାଜପା କର୍ମୀମାନେ ବିଭିନ୍ନ ଛକରେ ପିକେଟିଂ କରିବା ସହ ରାସ୍ତା ଅବରୋଧ କରିଛନ୍ତି ା ତେବେ ଭାଜପା ଏହାକୁ ସମର୍ଥନ କରିଛି। ମାଲକାନଗିରି ସହରରେ ସମସ୍ତ ଦୋକାନ ବଜାର ବନ୍ଦ ଥିଲାବେଳେ ଗାଡି ଚଳାଚଳ ସମ୍ପୂର୍ଣ ଠପ୍‌ ହୋଇଯାଇଛି ା ଯାହାଫଳରେ ଅନେକ ଯାତ୍ରୀବାହୀ ବସର ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତିା ପେଟ୍ରୋଲ ପମ୍ପଗୁଡିକ ମଧ୍ୟ ବନ୍ଦ ଅଛିା ପ୍ରତି ଛକରେ ବଜରଙ୍ଗ ଦଳ ଓ ବିଶ୍ୱ ହିନ୍ଦୁ ପରିଷଦକର୍ମୀମାନେ ପିକେଟିଂ କରୁଛନ୍ତିା କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ପୋଲିସ ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛିା


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବ୍ଲକ୍‌ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri