୪ ଘଣ୍ଟା ଯାତାୟାତ ବାଧାପ୍ରାପ୍ତ

ଛେଣ୍ଡିପଦା,୧୯।୭ (ସ୍ବ.ପ୍ର.)
ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଦେଇ ଯାଇଥିବା ଦେବଗଡ଼-ଅନୁଗୋଳ ୬୩ନଂ ରାଜ୍ୟ ରାଜପଥର କୋଶଳା ଗ୍ରାମ ଶିମିଳିସାହି ଠାରେ ସୋମବାର ଭୋର ୪ଟାରୁ ରାସ୍ତା ଉପରେ ୪ଟି ଭାରିଯାନ ଅଟକି ଯିବାରୁ ଦିନ ୮ଟା ପର୍ଯ୍ୟନ୍ତ ଯାତାୟତ ସମ୍ପୁର୍ଣ୍ଣ ଠପ୍‌ ହୋଇଯାଇଥିଲା। ୪ଟି ଟ୍ରେଲରରେ ବଡ ବଡ ଯନ୍ତ୍ରାଂଶ ନିକଟସ୍ଥ ଏକ ଘରୋଇ କମ୍ପାନୀକୁ ଯାଉଥିବାବେଳେ ଶିମିଳିସାହିଠାରେ ବିଦ୍ୟୁତ୍‌ ତାର ଛିଣ୍ଡି ଯିବାରୁ ଉକ୍ତ ଭାରିଯାନ ଗୁଡିକ ରାସ୍ତା ଉପରେ ଅଟକି ରହିଥିଲ। ଯନ୍ତ୍ରାଂଶଗୁଡିକ ବହୁତ ବଡ ହୋଇଥିବାରୁ ରାସ୍ତର ଦୁଇ ପାର୍ଶ୍ୱକୁ ଅବରୋଧ କରି ରହିଥିବା ଭାରିଯାନ ପାର୍ଶ୍ୱରେ କେବଳ ବାଇକ୍‌ ଓ ପଥଚାରୀ ଯାତାୟାତ କରିପାରିଥିବାବେଳେ ଅନ୍ୟ ସମସ୍ତ ଯାନବାହନ ଦୁଇ ପାର୍ଶ୍ୱରେ ଅଟକି ରହିଥିଲା। ଏପରିକି ଯାତ୍ରୀବାହୀ ବସଗୁଡିକ ମଧ୍ୟ ଅଟକି ରହିବାରୁ ଯାତ୍ରୀମାନେ ଘୋର ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଭାରୀଯାନ ପାଇଁ ଦୀର୍ଘ ୪ଘଣ୍ଟା ରାସ୍ତା ଜାମ ହୋଇଥିବାବେଳେ ଛେଣ୍ଡିପଦା ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚିି ଟ୍ରାଫିକ ଯାମ ହଟାଇବା ପରେ ଉଭୟ ପାଶର୍‌ବରେ ଅଟକିଥିବା ଗାଡି ଗୁଡିକର ଯାତାୟତ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri