ଗାଡ଼ିରେ ‘ପ୍ରେସ୍‌’ ଲେଖି ଗଞ୍ଜେଇ ଚାଲାଣ

ନନ୍ଦପୁର, ୨୦ା୫ (ଡି.ଏନ୍‌.ଏ.): ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ଏବେ ଚାଲାଣକାରୀମାନେ ଏକ ନୂଆ ତରିକା ଆପଣେଇଛନ୍ତି। ଗାଡ଼ିରେ ସେମାନେ ପ୍ରେସ୍‌ ଲେଖି ଗଞ୍ଜେଇ ଚାଲାଣ କରୁଥିବା ନନ୍ଦପୁର ପୋଲିସ ଉପଖଣ୍ଡ ଅଧୀନ ପାଡୁଆ ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ଜୟପୁର-ବିଶାଖାପାଟଣା ସଂଯୋଗ କରୁଥିବା ରାଜ୍ୟ ରାଜପଥର ପାଡୁଆ ବଡ଼ଦେବତା ମନ୍ଦିର ନିକଟସ୍ଥ ଛକରୁ ପ୍ରେସ୍‌ ଲେଖାଥିବା ଏକ କାର୍‌ (ଏମ୍‌ଏଚ୍‌୨୦ ସିଏସ୍‌-୪୮୦୦)ରେ ୭ଟି ଜରି ବସ୍ତାରେ ଗଞ୍ଜେଇ ଚାଲାଣ ବେଳେ ପୋଲିସ ଏହାକୁ ଧରିଛି। ୧୫୧ କିଲୋ ଗଞ୍ଜେଇ ଜବତକରି ଏଥିରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ମହାରାଷ୍ଟ୍ର ଅଞ୍ଚଳର ମିଲିନ୍ଦ୍‌ ଚିକତେ ଓ ଶୁଭମ୍‌ ସଞ୍ଜୟ ସିନ୍ଧେ ବୋଲି ନନ୍ଦପୁର ଏସ୍‌ଡିପିଓ ସଞ୍ଜୟ ମହାପାତ୍ର କହିଛନ୍ତି।
ପାଡୁଆ ଥାନା ଅଧିକାରୀ ସବ୍ୟସାଚୀ ଶତପଥୀଙ୍କ ନେତୃତ୍ୱରେ ପୋଲିସ ବଡ଼ଦେବତା ମନ୍ଦିର ନିକଟରେ ଗୁରୁବାର ରାତ୍ରିକାଳୀନ ପାଟ୍ରୋଲିଂ କରୁଥିଲା। ଏହି ସମୟରେ କୁଲାରସିଂ ପଟୁ ଆସୁଥିବା ପ୍ରେସ୍‌ ଲେଖାଥିବା ଏକ କାର୍‌କୁ ସନ୍ଦେହରେ ଅଟକାଇ ଯାଞ୍ଚ କରିଥିଲା। ତେବେ ଅନ୍ଧାରର ସୁଯୋଗ ନେଇ କାର୍‌ରେ ଥିବା କେତେଜଣ ବ୍ୟକ୍ତି ଫେରାର ହୋଇଯାଇଥିଲେ। ପୋଲିସ ୨ ଜଣଙ୍କୁ କାବୁକରି କାର୍‌ରୁ ଉପରୋକ୍ତ ପରିମାଣର ଗଞ୍ଜେଇ ଜବତ କରିଥିଲା। ଗିରଫ ଚିକତେ ଓ ସିନ୍ଧେଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି। ପାଡୁଆ ଥାନାରେ କେସ୍‌ ନଂ. ୬୯/୨୩ରେ ଏକ ମାମଲା ରୁଜୁ ହୋଇଛି। ଏସ୍‌ଆଇ ଦୀପକ ବାରିକ ଏହାର ତଦନ୍ତ କରୁଛନ୍ତି। ଫେରାର ହୋଇଯାଇଥିବା ବ୍ୟକ୍ତିମାନଙ୍କୁ ଖୁବ୍‌ ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ଡିପିଓ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri