ଗାଡ଼ିରେ ‘ପ୍ରେସ୍‌’ ଲେଖି ଗଞ୍ଜେଇ ଚାଲାଣ

ନନ୍ଦପୁର, ୨୦ା୫ (ଡି.ଏନ୍‌.ଏ.): ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ଏବେ ଚାଲାଣକାରୀମାନେ ଏକ ନୂଆ ତରିକା ଆପଣେଇଛନ୍ତି। ଗାଡ଼ିରେ ସେମାନେ ପ୍ରେସ୍‌ ଲେଖି ଗଞ୍ଜେଇ ଚାଲାଣ କରୁଥିବା ନନ୍ଦପୁର ପୋଲିସ ଉପଖଣ୍ଡ ଅଧୀନ ପାଡୁଆ ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ଜୟପୁର-ବିଶାଖାପାଟଣା ସଂଯୋଗ କରୁଥିବା ରାଜ୍ୟ ରାଜପଥର ପାଡୁଆ ବଡ଼ଦେବତା ମନ୍ଦିର ନିକଟସ୍ଥ ଛକରୁ ପ୍ରେସ୍‌ ଲେଖାଥିବା ଏକ କାର୍‌ (ଏମ୍‌ଏଚ୍‌୨୦ ସିଏସ୍‌-୪୮୦୦)ରେ ୭ଟି ଜରି ବସ୍ତାରେ ଗଞ୍ଜେଇ ଚାଲାଣ ବେଳେ ପୋଲିସ ଏହାକୁ ଧରିଛି। ୧୫୧ କିଲୋ ଗଞ୍ଜେଇ ଜବତକରି ଏଥିରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ମହାରାଷ୍ଟ୍ର ଅଞ୍ଚଳର ମିଲିନ୍ଦ୍‌ ଚିକତେ ଓ ଶୁଭମ୍‌ ସଞ୍ଜୟ ସିନ୍ଧେ ବୋଲି ନନ୍ଦପୁର ଏସ୍‌ଡିପିଓ ସଞ୍ଜୟ ମହାପାତ୍ର କହିଛନ୍ତି।
ପାଡୁଆ ଥାନା ଅଧିକାରୀ ସବ୍ୟସାଚୀ ଶତପଥୀଙ୍କ ନେତୃତ୍ୱରେ ପୋଲିସ ବଡ଼ଦେବତା ମନ୍ଦିର ନିକଟରେ ଗୁରୁବାର ରାତ୍ରିକାଳୀନ ପାଟ୍ରୋଲିଂ କରୁଥିଲା। ଏହି ସମୟରେ କୁଲାରସିଂ ପଟୁ ଆସୁଥିବା ପ୍ରେସ୍‌ ଲେଖାଥିବା ଏକ କାର୍‌କୁ ସନ୍ଦେହରେ ଅଟକାଇ ଯାଞ୍ଚ କରିଥିଲା। ତେବେ ଅନ୍ଧାରର ସୁଯୋଗ ନେଇ କାର୍‌ରେ ଥିବା କେତେଜଣ ବ୍ୟକ୍ତି ଫେରାର ହୋଇଯାଇଥିଲେ। ପୋଲିସ ୨ ଜଣଙ୍କୁ କାବୁକରି କାର୍‌ରୁ ଉପରୋକ୍ତ ପରିମାଣର ଗଞ୍ଜେଇ ଜବତ କରିଥିଲା। ଗିରଫ ଚିକତେ ଓ ସିନ୍ଧେଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି। ପାଡୁଆ ଥାନାରେ କେସ୍‌ ନଂ. ୬୯/୨୩ରେ ଏକ ମାମଲା ରୁଜୁ ହୋଇଛି। ଏସ୍‌ଆଇ ଦୀପକ ବାରିକ ଏହାର ତଦନ୍ତ କରୁଛନ୍ତି। ଫେରାର ହୋଇଯାଇଥିବା ବ୍ୟକ୍ତିମାନଙ୍କୁ ଖୁବ୍‌ ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ଡିପିଓ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri