ଗ୍ୟାସ୍‌ ସିଲିଣ୍ଡରରେ ଗଞ୍ଜେଇ ଚାଲାଣ ୨୭ କେଜି ଗଞ୍ଜେଇ, ୨ ଗାଡ଼ି ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୧୩।୩: ଅବକାରୀ ଗୋଇନ୍ଦା ପୋଲିସ ଶନିବାର ପୃଥକ ଭାବେ ଦୁଇଟି ଗାଡି ଓ ଗୋଟିଏ ଯାତ୍ରୀବାହୀ ବସ୍‌ରୁ ଗଞ୍ଜେଇ ଜବତ କରିଛି। ଗଞ୍ଜେଇ କନ୍ଧମାଳରୁ ଭଞ୍ଜନଗର ହୋଇ ବ୍ରହ୍ମପୁର ଚାଲାଣ ହେଉଥିବା ଖବର ପାଇ ଏକ ଟିମ୍‌ ଦୁର୍ଗାପ୍ରସାଦ ନିକଟରେ ଜଗି ରହିଥିଲା। ଅବକାରୀ ପୋଲିସ ପ୍ରଥମେ ସ୍କୁଟି(ନଂ ଓଡି୦୨ସିଡି୮୨୪୯)କୁ ଅଟକାଇ ସେଥିରେ ଥିବା ଏକ ଗ୍ୟାସ୍‌ ସିଲିଣ୍ଡରକୁ ଯାଞ୍ଚ କରିଥିଲା। ଉକ୍ତ ସିଲିଣ୍ଡରକୁ କାଟି ଦେଖିବା ବେଳେ ସେଥିରେ ୭କେଜି ଗଞ୍ଜେଇ ରହିଥିବା ଜଣାପଡିଥିଲା। ଏହାକୁ ଆଣୁଥିବା ପୁରୀ ଜିଲା ପିପିଲି ଅଞ୍ଚଳର ଜଗନ ବେହେରା(୩୦)ଙ୍କୁ ମାମଲା ନମ୍ବର ୧୦୧୯/୨୨-୨୩ରେ ପୋଲିସ ଗିରଫ କରିଛି। ତାଙ୍କ ସୂଚନାକୁ ଆଧାରକରି ପରେ ପୋଲିସ ସେଠାରେ ଏକ ବାଇକ୍‌ (ନଂ ଓଡି୨୧ ଡି ୬୫୬୪)କୁ ଅଟକାଇ ଯାଞ୍ଚକରି ସେଥିରୁ ୧୫କେଜି ୨୦୦ଗ୍ରାମ ଗଞ୍ଜେଇ ଜବତ କରିଥିଲା। ଏଥିରେ ସମ୍ପୃକ୍ତ ଜଗତ୍‌ସିଂହପୁର ନିବାପାଟଣାର ମନୋଜ କୁମାର ସାହୁ(୪୫)ଙ୍କୁ ନଂ.୧୦୨୦/୨୨-୨୩ରେ ଗିରଫ କରିଛି। ସେହିପରି ଆସଥିବା ଏକ ଯାତ୍ରୀବାହୀ ବସ୍‌କୁ ସେଠାରେ ଅଟକାଇ ଜଣେ ଯୁବକଙ୍କ ବ୍ୟାଗ ଯାଞ୍ଚ କରିଥିଲା। ଉକ୍ତ ବ୍ୟାଗରୁ ୫କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି। ମାମଲା ନମ୍ବର ୧୯୨୧/୨୨-୨୩ ରେ କନ୍ଧମାଳ ଜିଲା ବାଲିଗୁଡାର ସୁଦର୍ଶନ ଦିଗାଲଙ୍କୁ ଗିରଫ କରାଯାଇଛି। ଟିମ୍‌ରେ ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ, ଏଏସ୍‌ଆଇ ବ୍ରଜ ବିହାରୀ ନାୟକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

ଜିଲା ପରିଷଦ ସୋମନାଥଙ୍କ ଉଦ୍ୟମ ସଫଳ ହେଲା, ବଉଳା ନାଳ ଉପରେ ପୋଲ ନିର୍ମାଣ ପାଇଁ ମିଳିଲା ଅନୁମତି

ହାଟଡିହୀ/ଛେନାପଦୀ,୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳକୁ ଯୋଗାଯୋଗ ପାଇଁ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

ସରପଞ୍ଚଙ୍କ ଆମରଣ ଅନଶନ ଚେତାବନୀ ପରେ ଆତ୍ମାହୁତି ଚେତାବନୀ, ପ୍ରଶାସନର ତତ୍ପରତା

ହାଟଡିହୀ/ଛେନାପଦୀ, ୭।୮ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ସରପଞ୍ଚଙ୍କ ଆମରଣ ଅନଶନ ପରେ ଆତ୍ମାହୁତି ଚେତାବନୀକୁ ନେଇ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହି ଘଟଣା ଏବେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

ପ୍ରଦୀପଙ୍କୁ ସ୍ବାବଲମ୍ବୀ କରିଛି ଡ୍ରାଗନ ଫ୍ରୁଟ ଚାଷ

ଜି.ଉଦୟଗିରି,୭ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରି ବଜାର ଫୁଟପାଥରେ ଡ୍ରାଗନ ଫ୍ରୁଟ ବିକ୍ରି ହେଉଛି। ଏହାର କିଲୋ ୨୦୦ ଟଙ୍କା ରହିଥିଲେ ମଧ୍ୟ ଗ୍ରାହକଙ୍କ…

ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି         

ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri