ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ନିଜ ଶଳାକୁ ଖଣ୍ଡାରେ ମରଣାତ୍ମକ ଆକ୍ରମଣ କରିଛନ୍ତି। ଆହତ ଯୁବକ ଜଣକ ହେଲେ ସତ୍ୟବାନ ପାଣ୍ଡି (୩୦)।

ମିଳିଥିବା ସୂଚନା ଅନୁଯାୟୀ, ସତ୍ୟବାନଙ୍କ ଭଉଣୀଙ୍କୁ ତାଙ୍କ ଭିଣୋଇ ଜିତୁ କରଣ ଅଫେରା ନିର୍ଯ୍ୟାତନା ଦେଇ ଆସୁଥିଲେ। ଏହାକୁ ସତ୍ୟବାନଙ୍କ ପରିବାର ଲୋକେ ପ୍ରତିବାଦ କରୁଥିବାରୁ ଜିତୁ ସେମାନଙ୍କ ଉପରେ ପ୍ରତିଶୋଧ ନେବାକୁ ସୁଯୋଗ ଖୋଜୁଥିଲେ। ଗୁରୁବାର ଅରଖପୁର ଗ୍ରାମରେ ରଥଟଣା ଚାଲିଥିବା ବେଳେ ସତ୍ୟବାନ ରଥ ଦଉଡ଼ି ଧରି ଟାଣୁଥିଲେ। ଏହି ସମୟରେ ଜିତୁ ହଠାତ୍ ଏକ ଖଣ୍ଡା ସାହାଯ୍ୟରେ ସତ୍ୟବାନଙ୍କୁ ଆକ୍ରମଣ କରି ଗହଳି ଭିତରେ ଚମ୍ପଟ ମାରିଥିଲେ।

ଘଟଣାସ୍ଥଳରେ ଉପସ୍ଥିତ ଲୋକେ ଏବଂ ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ଗୁରୁତର ଆହତ ସତ୍ୟବାନଙ୍କୁ ଉଦ୍ଧାର କରି ପ୍ରଥମେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ମାତ୍ର ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଅନ୍ୟପକ୍ଷରେ, ପୁରୁଷୋତ୍ତମପୁର ରଥସାହିରେ ରଥଟଣା ଚାଲିଥିବା ସମୟରେ ଭକ୍ତଙ୍କ ପ୍ରବଳ ଭିଡ଼ ଯୋଗୁଁ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଜଣେ ବୃଦ୍ଧ ଭକ୍ତ ତଳେ ପଡ଼ି ଆହତ ହୋଇଛନ୍ତି। ସେ ହେଲେ କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୋପପୁର ଗ୍ରାମର ଅଭରି ସେଠୀ (୬୪)। ଖବର ପାଇ ତହସିଲଦାର ବିନୋଦ କୁମାର ବେହେରା ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇବା ସହ ନିଜେ ଉପସ୍ଥିତ ରହି ସମ୍ପୂର୍ଣ୍ଣ ଚିକିତ୍ସାର ତଦାରଖ କରିଥିଲେ। ପରେ ସୁସ୍ଥ ହେବା ପରେ ବୃଦ୍ଧଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri