କୁଶଢିପି ଗାଁରେ ପାଣି ପାଇଁ ହାହାକାର

ଓଡ଼ଗାଁ,୫ା୫(ଆଦର୍ଶ କୁମାର ପଟ୍ଟନାୟକ )ଚାରିଆଡ଼େ ଅସମ୍ଭାଳ ହେଲାଣି ପାନୀୟ ଜଳ ସମସ୍ୟା। କେଉଁଠି ପାଣି ପାଇଁ ଲୋକେ ବହୁ ପଥ ଚାଲି ଚାଲି ଯାଇ ପାନୀୟ ଜଳ ସଂଗ୍ରହ କରୁଛନ୍ତି ତ ଆଉ କେଉଁଠି ପାଣି ମିଳିନାହିଁ। ଗାଁରେ ଥିବା ଟ୍ୟାପ୍‌ରୁ ଗୋଟିଏ ବାଲ୍‌ଟି ପାଣି ଭରିବା ପାଇଁ ୨ଘଣ୍ଟା ସମୟ ଲାଗୁଛି। ଗାଁକୁ ପାଣି ଯୋଗାଣ ବ୍ୟବସ୍ଥା ନ ହେଲେ ଲୋକେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ନୟାଗଡ଼ ଜିଲା ଓଡ଼ଗା ବ୍ଲକ ସାକେରି ପଞ୍ଚାୟତ କୁଶଢିପି ଗ୍ରାମରେ ପାନୀୟଜଳ ସମସ୍ୟାର ଏଭଳି ବିକଳ ଚିତ୍ର ଦେଖିବାକୁ ମିଳିଛି।

ଅଭିଯୋଗ ଅନୁଯାୟୀ, କୁଶଢିପି ଗ୍ରାମରେ ସାଢେ ୩ଶହ ଲୋକ ବସବାସ କରନ୍ତି। ଗାଁରେ ୩ଟି ନଳକୂପ ଥିଲେ ମଧ୍ୟ ତାହା ବ୍ୟବହାର ଅନୁପଯୋଗୀ ହୋଇପଡ଼ିଛି ା ସେଥିରୁ ଫ୍ଲୋରାଇ ଯୁକ୍ତ ପାଣି ବାହାରୁଥିବାରୁ ସେହି ପାଣି ବ୍ୟବହାର ନ କରିବାକୁ ବିଭାଗ ପକ୍ଷରୁ କୁହାଯାଇଥିଲା ା ହେଲେ ପାଣି ସମସ୍ୟା ଉତ୍କଟ ହେବାରୁ ଲୋକେ ବାଧ୍ୟ ହୋଇ ସେହି ପାଣି ବ୍ୟବହାର କରୁଛନ୍ତି। ଏହାର କୁପ୍ରଭାବରେ ଶତାଧିକ ପିଲାଙ୍କ ଦାନ୍ତ ହଳଦିଆ ପଡିଛି ା କେହି କେହି ପେଟ ରୋଗରେ ଆକ୍ରାନ୍ତ ହୋଇଛନ୍ତି ା ଗାଁକୁ ପାଣିର ସୁବିଧା ନ ଥିବାରୁ ଲୋକମାନେ ବାରମ୍ଭାର ପ୍ରଶାସନ ପାଖରେ ଗୁହାରି କରିଥିଲେ। ମହିଳାମାନେ ଏକତ୍ରିତ ହୋଇ ବିଭାଗୀୟ ଯନ୍ତ୍ରୀଙ୍କୁ ଭେଟିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା କହିଛନ୍ତି। କୁଶଢିପି ଗ୍ରାମରେ ଦେଢବର୍ଷ ତଳେ ଏକ ବୋରିଂ ଖୋଳାଯାଇ ଲୋକଙ୍କୁ ପିଇବା ପାଣି ଯୋଗାଇବା ପାଇଁ ଯୋଜନା ହୋଇଥିଲା। କିନ୍ତୁ ଆଜି ପର୍ଯ୍ୟନ୍ତ ସେହି କାମ ଶେଷ ହୋଇନାହିଁ ା ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଗ୍ରାମବାସୀ କହିଛନ୍ତି ା ଏବେ ଖରା ପ୍ରକୋପରେ ନଦୀ, କୂଅ, ପୋଖରୀ ଶୁଖିଲା ପଡ଼ିଛି। ଫଳରେ ସେହି ଫ୍ଲୋରାଇଡ଼ ଯୁକ୍ତ ପାଣି ବାହାରୁ ଥିବା ନଳକୂପ ଉପରେ ଗ୍ରାମବାସୀ ଭରସା କରିଛନ୍ତି । ଏଥିରେ ସୁଧାର ନ ଆସିଲେ ଗ୍ରାମବାସୀ ଆନ୍ଦୋଳନାତ୍ମକ ପନ୍ଥା ଆପଣାଇବା ସହିତ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି । ଏ ସଂକ୍ରାନ୍ତରେ ଜଳ ଓ ପରିମଳ ଯନ୍ତ୍ରୀ ସୁବାସ ସ୍ବାଇଁଙ୍କ ସହିତ ଯୋଗଯୋଗ କରାଯାଇଥିଲା। ସବୁଠି ଜଳ ସଙ୍କଟ ସମସ୍ୟା ରହିଛି। ପର୍ଯ୍ୟାୟ କ୍ରମେ ଉପରୋକ୍ତ ସମସ୍ୟାର ସମାଧାନ କରାଯିବାକୁ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri