ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି।

ଜିଲାର କୋଧା ବ୍ଲକ୍‌ ଅନ୍ତର୍ଗତ ୩୧ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ନିକଟବର୍ତ୍ତୀ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଏସ୍‌ପି ଶିଖର ଚୌଧରୀ ଆଶଙ୍କା ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ବେପରୁଆ ଗାଡ଼ି ଚାଳନାରୁ ଏହି ଦୁର୍ଘଟଣା ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

Share