ଜୟପୁର,୧୪ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ରେଲୱେ ଛକରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜୟପୁର ସଦର ଥାନା ଅନ୍ତର୍ଗତ ହରଡାପୁଟ ଗ୍ରାମର ଅଜୟ ମୁଦୁଲି ଓ ରାମକୃଷ୍ଣ ଜାନି। ଜୟପୁରରୁ ବାଇକ୍ରେ ଘରକୁ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜୟପୁର ସଦର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।