ମର୍ମନ୍ତୁଦ ଦୁର୍ଘଟଣା: ଗୋଟିଏ ପରିବାରର ଚାଲିଗଲା ୩ ଜୀବନ

କଣ୍ଟାମାଳ,୨୧।୧(ଡି.ଏନ.ଏ):ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଗୋପାଳମାଳଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଡମ୍ପର ଅଟୋକୁ ଧକ୍କା ଦେବା ଫଳରେ ଗୋଟିଏ ପରିବାରର  ୩ଜଣଙ୍କ ମୃତ୍ୟୁ ଘଟିଛି। ଅଟୋ ଡ୍ରାଇଭରଙ୍କୁ ସଂକଟାପନ୍ନ ଅବସ୍ଥାରେ ସୋନପୁର ଡାକ୍ତରଖାନା ନିଆଯାଇଛି । ଘଟଣାରୁ ପ୍ରକାଶ ଯେ , ଅଟୋ (ଓଡି୩୧ଏଫ୍‌୭୭୨୬) ପଲଶାଗୋରାକୁ ଦିନ ୯.୩୦ରେ ଯାଉଥିବା ବେଳେ ପଛପଟରୁ ଏକ ବଜୁରି ବୋଝେଇ ଡମ୍ପର (ଓଆର୍‌୩୧୨୨୩୩) ଅଟୋକୁ ଧକ୍କା ଦେବା ସହ ରାସ୍ତାର ବାମ ପଟକୁ ଖସି ପଡିଥିଲା । ଫଳରେ ଘଟଣାସ୍ଥଳରେ
ସୁରୁସୁତା ନାଗ (୫୦) ବେଲ ନାଗ (୨୫)ବବଲୁ ନାଗ (୧୩)ଙ୍କ ମୃତ୍ୟୁ ଘଟିଛି। ଅଟୋ ଡ୍ରାଇଭର ଗଣେଶ ତାଣ୍ଡି (୪୦) ସଂକଟାପନ୍ନ ଅଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ସୂଚନାଯୋଗ୍ୟ , ଇଟାଭାଟିରେ ଶ୍ରମିକ ଭାବରେ କାର୍ଯ୍ୟ କରୁଥିବା ଫଗୁଣାମାଳ ଗାଁର ଏହି ପରିବାର ଏକ ବିବାହ ପାଇଁ ବଜାର ଯାଉଥିଲେ। କ୍ଷତିପୂରଣ ଦାବିରେ ରାସ୍ତାରୋକୋ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ

ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ…

ବିଦ୍ୟାଳୟ ପରିଦର୍ଶନ କରି ମଧ୍ୟାହ୍ନଭୋଜନର ମାନ ଯାଞ୍ଚ କଲେ ବିଧାୟକ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଭୁଆଁଭୂଇଁ ଗ୍ରାମସ୍ଥିତ ସରକାରୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?