କାଜିରଙ୍ଗା,୧୩।୧୧: ଆସାମ କାଜିରଙ୍ଗାରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କଣ୍ଟେନର ଟ୍ରକ୍ ସହ ମିନି ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୨୩ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ମିନି ବସ୍ରେ ଅଧିକାଂଶ ଛାତ୍ରୀଛାତ୍ର ଥିବା ସୂଚନା ମିଳିଛି।
ମିଳିଥିବା ସୂଚନା ମୁତାବକ, ବସ୍ଟି ଜୋର୍ହାଟରୁ ଗୁଆହାଟି ଯାଉଥିବା ବେଳେ କାଜିରଙ୍ଗା ନିକଟରେ କଣ୍ଟେନର ଟ୍ରକ ସହ ମୁହିଁମୁହିଁ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ଏତେ ଜୋରଥିଲା ଯେ, ମିନି ବସ୍ଟି ଭାଙ୍ଗି ଚୁର୍ମାର୍ ହୋଇଯାଇଛି। ଗାଡ଼ି ଭିତରେ ଅନେକ ଯାତ୍ରୀ ଫସି ରହିଥିବା ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକଙ୍କ ସହିତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଆହତମାନଙ୍କୁ ହସ୍ପିଟାଲ ପଠାଯାଇଛି। ଗୋଲାଘାଟ ଏସ୍ପି ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

