Posted inଜାତୀୟ

କୁଲ୍ଲୁ ସଡ଼କ ଦୁର୍ଘଟଣା: ଆଇଆଇଟି ବିଏଚୟୁର ୭ ଛାତ୍ର ମୃତ

କୁଲ୍ଲୁ,୨୬ ।୯: ହିମାଚଳର କୁଲ୍ଲୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ବସ ଖାଇ ମଧ୍ୟକୁ ଖସି ପଡିବାରୁ ଏହି ଦୁର୍ଘଟଣା ହୋଇଛି । ଏଥିରେ ୭ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅନ୍ୟପଟେ ୧୦ ଜଣ ଛାତ୍ର ଗୁରୁତର ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏ ସମସ୍ତ ଛାତ୍ର ବନାରସର ଆଇଆଇଟି(ବନାରସ ହିନ୍ଦୁ ୟୁନିଭର୍ସିିଟି)ର ବୋଲି ଜଣାପଡିଛି ।
ଏହି ଦୁର୍ଘଟଣା କୁଲ୍ଲୁରେ ବଂଜାରା ଘାଟିର ଘିୟାନି ଅଞ୍ଚଳରେ ଏନଏଚ-୩୦୫ରେ ରବିବାର ରାତି ପ୍ରାୟ ୮ଟାରେ ହୋଇଛି । ଆହତ ୧୦ ଛାତ୍ରଙ୍କ ମଧ୍ୟରୁ ୫ ଜଣଙ୍କୁ ଜୋନାଲ ହସ୍ପିଟାଲ କୁଲ୍ଲୁରେ ଭର୍ତ୍ତି କରାଯାଇଛି । ଅନ୍ୟ ୫ ଜଣଙ୍କ ଚିକିତ୍ସା ବଂଜାରର ଏକ ହସ୍ପିଟାଲରେ କରାଯାଉଛି ।
ସୂଚନାଯୋଗ୍ୟ, ପାଗ ଖରାପ ଥିବାରୁ ଗାଡିଟି ନିୟନ୍ତ୍ରଣ ହରାଇ ଖାଇ ମଧ୍ୟକୁ ଖସି ପଡିଥିଲା । ବିଳମ୍ବିତ ରାତି ପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ସମସ୍ତ ଛାତ୍ରଙ୍କ ପରିଜନଙ୍କୁ ଏହି ଖବର ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?