Posted inଜାତୀୟ

ଝାଡ଼ଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା: ୧୩ ମୃତ, ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ରାଞ୍ଚି,୨୯ା୧୧: ଝାଡ଼ଖଣ୍ଡର ରାମଗଡ଼ ଜିଲାରେ ଦ୍ରୁତ ବେଗରେ ଆସୁଥିବା ଏକ ଏସ୍‌ୟୁଭି ଭାରୀ ଯାନକୁ ଧକ୍କା ଦେବାରୁ ୫ ପିଲା ଓ ୩ ମହିଳାଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକଙ୍କ ଘର ବିହାରର ନାଳନ୍ଦା ଜିଲାରେ ବୋଲି ପୋଲିସ କହିଛି। ସେମାନଙ୍କ ମଧ୍ୟରୁ ୧୦ଜଣ ୨ଟି ପରିବାରର ଥିଲେ। କୁଜ୍ଜୁ ଅଞ୍ଚଳର ପାଇଙ୍କି ଗ୍ରାମ ନିକଟ ରାଞ୍ଚତ୍-ପାଟନା ରାଜପଥର ଏହି ଦୁର୍ଘଟଣା ଘଟିଛି। ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗଓ୍ବାର, ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଏବଂ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଦୁଃଖପ୍ରକାଶ କରିଛନ୍ତି। ପ୍ରତି ମୃତକଙ୍କ ପରିବାର ପାଇଁ ପ୍ରଧାନମନ୍ତ୍ରୀ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଦୁର୍ଘଟଣା ଘଟାଇ ଭାରୀ ଯାନଟି ପଳାଇଥିବାରୁ ତାହାକୁ ଠାବ କରିବା ପାଇଁ ଉଦ୍ୟମ ଜାରି ରହିଥିବା ରାମଗଡ଼ ଏସ୍‌ପି ମୁକେଶ କୁମାର ଲୁନାୟତ କହିଛନ୍ତି। ଦୁର୍ଘଟଣାରେ ଏସ୍‌ୟୁଭି ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଛି। ଏସ୍‌ୟୁଭିରେ ୧୪ ଜଣ ଛନ୍ନମସ୍ତା ମନ୍ଦିର ଦର୍ଶନରେ ଯାଉଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଦୁର୍ଘଟଣା ପରେ ସମସ୍ତଙ୍କୁ ରାମଗଡ଼ ସଦର ହସ୍ପିଟାଲ ନିଆଯାଇଥିବାବେଳେ ଡାକ୍ତର ୧୩ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଥିବା ଅନ୍ୟ ଜଣେ ବ୍ୟକ୍ତି ଆଇସିୟୁରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକର ଫାଇନାଲ ମ୍ୟାଚ୍‌: ପାକିସ୍ତାନକୁ ପରାସ୍ତ କରି ଟାଇଟଲ ଜିତିଲା ଶ୍ରୀଲଙ୍କା

ଦୋହା,୨୯।୧୧: Asia Cup Rising Stars 2026 ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ଅତ୍ୟନ୍ତ ରୋମାଞ୍ଚକପୂର୍ଣ୍ଣ ହୋଇଥିଲା। ଯେଉଁଥିରେ ଶ୍ରୀଲଙ୍କା ‘ଏ’ (Sri Lanka ’A’) ଦଳ ପାକିସ୍ତାନ…

ମହମ୍ମଦ ସିରାଜଙ୍କୁ ଅଣଦେଖା କରିବା ନେଇ ରାଗିଗଲେ ସୁନୀଲ ଗାଭାସ୍କର, ଟିମ୍ ଇଣ୍ଡିଆର ନିଷ୍ପତ୍ତିକୁ ନେଇ କହିଲେ….

ନୂଆଦିଲ୍ଲୀ,୨୯।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆର ପ୍ରଦର୍ଶନ ଅପେକ୍ଷା ଦଳର କିଛି ନିଷ୍ପତ୍ତିକୁ ନେଇ ଅଧିକ ଚର୍ଚ୍ଚା ଓ ବିବାଦ ଦେଖାଦେଇଛି । ଟି-୨୦ ସିରିଜ୍‌ରେ ଯୁବ…

ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଏକାଠି ବସି ମୋଦିଙ୍କ ବାର୍ତ୍ତା ଶୁଣିଲେ ଭାଜପା କାର୍ଯ୍ୟକର୍ତ୍ତା

ହାଟଡ଼ିହୀ/ଆନନ୍ଦପୁର/ଛେନାପଦୀ,୨୯।୧୧(ଶୁଭକାନ୍ତ ନାୟକ/ସୁଶାନ୍ତ ସାହୁ/ଶ୍ରୀଧର ମହାରଣା/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରବିବାର ବିଧାନସଭାସ୍ତରୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏକ ହୋଟେଲରେ ଯୁବମୋର୍ଚ୍ଚା…

ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାଇଁ ସରକାରଙ୍କୁ ୩୭୧ ସାଂସଦଙ୍କ ସମର୍ଥନ! ଲୋକ ସଭା ଆସନ ୮୫୦କୁ ବଢ଼ାଇବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୨୯ା୧୧: ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ସହ ଜଡ଼ିତ ସମ୍ବିଧାନ ସଂଶୋଧନ ବିଲ୍‌ ଗୃହୀତ କରାଇବା ପାଇଁ ସୋମବାରଠାରୁ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେଉଛି ।…

ଭୂସ୍ଖଳନରେ ୧୩ ଜୀବନ ହାନି, ଦୁର୍ଦ୍ଦିନରେ ଥିବା ଗିଡ଼ିପାବାଲି ପରିବାରଙ୍କୁ ପୁଣି ସହାୟତାର ହାତ ବଢ଼ାଇଲେ ଅସୀମା

ଭଞ୍ଜନଗର,୨୯।୧୧(ବାବୁଲା ପ୍ରଧାନ): ବାତ୍ୟା, ବର୍ଷାର ବିଭୀଷିକା ଥମିଯାଇଛି, ହେଲେ ଏହାର ଦୁଃଖଦ ଚିହ୍ନ ଏବେ ବି ଅନେକ ପରିବାରଙ୍କ ଜୀବନରେ ଲିଭିନାହିଁ। ଅନେକ ପରିବାର ସର୍ବସ୍ବ ହରାଇଥିବା…

କେରଳରୁ ଘରକୁ ଫେରୁଥିବା ବେଳେ ବିଜୟୱାଡ଼ାରୁ ନିଖୋଜ ଲାଞ୍ଜିଗଡ଼ର ଯୁବକ, ୧୦ ଦିନ ହେଲା ମିଳୁନି ପତ୍ତା

ଲାଞ୍ଜିଗଡ଼,୨୯।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ଯୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ ଖଟିବାକୁ…

ଗୁଡ଼ାରି ଡାକ୍ତରଖାନାରେ ନାହିଁ ଏକ୍ସ-ରେ ସୁବିଧା, ୪୫ କିମି ଦୂର ଯାଉଛନ୍ତି ରୋଗୀ

ଗୁଡାରି,୨୯।୧୧(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡାରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ (X-Ray) ସୁବିଧା ନଥିବାରୁ ରୋଗୀମାନେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷକରି…

ଶାଳୀଙ୍କ ନିର୍ବନ୍ଧ ଭୋଜିକୁ ଯାଇଥିଲେ: ଦୁର୍ଘଟଣାରେ ଚାଲିଗଲା ଭିଣୋଇଙ୍କ ଜୀବନ

ଦିଗପହଣ୍ଡି,୨୯।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମଠାରୁ ପଳାସପୁର ରାସ୍ତା ସିଙ୍ଗପୁର ଗ୍ରାମ ମା’ତାରିଣୀ ମନ୍ଦିର ନିକଟରେ ରବିବାର ସାରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?