ଅଭାବନୀୟ ଘଟଣା: ଶିକାରୀଙ୍କ ଗୁଳିରେ ଟଳିପଡ଼ିଲେ ଫରେଷ୍ଟର

ହିନ୍ଦୋଳ,୨୪।୫: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ନିଜଗଡ଼ ଫରେଷ୍ଟର ମାନସ ଓରଫ ପ୍ରହ୍ଲାଦ ପ୍ରଧାନ ଶିକାରୀଙ୍କ ଗୁଳିମାଡ଼ରେ ମୃତ୍ୟୁବରଣ କରିଛନ୍ତି। ଶନିବାର ଭୋର ସମୟରେ ଏହି ଘଟଣା ଘଟିଛି। ବିଳମ୍ବିତ ରାତିରେ ତଣ୍ଟିଚିରା ଠାରେ ବନ୍ୟଜନ୍ତୁ ଶିକାରୀ କରି ଶିକାରୀମାନେ ମାଂସ ଭାଗ କରୁଥିବା ଖବର ପାଇ ଫରେଷ୍ଟର ପ୍ରହ୍ଲାଦ ବନ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚିଥିଲେ । ସେଠାରେ ଶିକାରୀଙ୍କ ସହ ତାଙ୍କର ଧସ୍ତାଧସ୍ତି ହୋଇଥିଲା । ଏହା ପରେ ଶିକାରୀମାନେ ତାଙ୍କୁ ଗୁଳିମାଡ଼ କରିଥିଲେ। ଗୁଳି ମାନସଙ୍କ ପେଟ ନାଭି ସ୍ଥଳରେ ବାଜି ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟ ଓ ପରେ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ମାନସଙ୍କ ଘର କାମକ୍ଷାନଗର ଥାନା ଜିରିଡ଼ାମାଳି ଗ୍ରାମରେ ବୋଲି ଜଣାପଡିଛି। ବନବିଭାଗ ଓ ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି। ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅନୁଗୋଳସ୍ଥିତ ଆଞ୍ଚଳିକ ବନ ସଂରକ୍ଷକ ଓ ଢେଙ୍କାନାଳ ଜିଲା ବନଖଣ୍ଡ ଅଧିକାରୀ ଉପସ୍ଥିତ ରହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri