ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫ ଉପରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ଏକ ଟ୍ରାକ୍ଟରକୁ ପଛପଟୁ ଧକ୍କା ଦେବାରୁ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ଶ୍ରମିକ ହେଲେ ଭୀମଖୋଜ ମୁଣ୍ଡାପଡ଼ାର ପାର୍ବତୀ ମୁଣ୍ଡା (୪୫)।

ମିଳିଥିବା ସୂଚନା ଅନୁଯାୟୀ, ଏକ ଟ୍ରାକ୍ଟର ବୃକ୍ଷଚାରା ନେଇ ରେଢ଼ାଖୋଲରୁ ଭୀମଖୋଜ ଅଭିମୁଖେ ଯାଉଥିଲା। ଉକ୍ତ ଟ୍ରାକ୍ଟରରେ ଚାଳକଙ୍କ ସମେତ ମୋଟ ୮ ଜଣ ଶ୍ରମିକ ଥିଲେ। କଂସର ଜିଓ ପେଟ୍ରୋଲ ପମ୍ପ ନିକଟରେ ଏକ ଦ୍ରୁତଗାମୀ ଟ୍ରକ୍‌ (ଡବ୍ଲ୍ୟୁବି-୨୯-ଏଚ୍‌-୬୨୮୩) ଟ୍ରାକ୍ଟରଟିକୁ ପଛପଟୁ ଜୋରଦାର ଧକ୍କା ଦେଇଥିଲା।

ଫଳରେ ଘଟଣାସ୍ଥଳରେ ହିଁ ମହିଳା ଶ୍ରମିକ ପାର୍ବତୀଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଟ୍ରାକ୍ଟରଟି ରାସ୍ତାକଡ଼କୁ ଖସି ଓଲଟି ପଡ଼ିଥିବାବେଳେ ଟ୍ରକ୍‌ଟି ରାଜପଥର ଡିଭାଇଡର ଉପରକୁ ଚଢ଼ି ଅଟକି ଯାଇଥିଲା। ଅନ୍ୟ ୭ ଜଣ ଆହତ ଶ୍ରମିକଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣା ଘଟାଇବା ପରେ ଟ୍ରକ୍‌ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଯୁଯୋମୁରା ଥାନା ଅଧିକାରୀ ଅନିମା ଏକ୍କା, ବିଡିଓ ରାଜେଶ ଏକ୍କା ଏବଂ ତହସିଲଦାର ପ୍ରଭାସ ବୁଡ଼ାୟକ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌ ଓ ଟ୍ରାକ୍ଟରକୁ ଜବତ କରିଛି।

ଏନେଇ ଯୁଯୋମୁରା ଥାନାରେ କେସ୍‌ ନଂ. ୧୭୬/୨୦୨୬ରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?