ଆମପାଣି ଘାଟିରେ ଓଲଟିଲା ଲୁହା ପାଇପ୍‌ ବୋଝେଇ ଟ୍ରେଲର

କୋକସରା,୩୦।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଆମପାଣି ଘାଟିରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ଭାରସାମ୍ୟ ହରାଇ ଓଲଟି ପଡିବାରୁ ୨ଜଣ ଡ୍ରାଇଭର ଗୁରୁତର ହୋଇଛନ୍ତି। ସେମାନେ ହେଲେ ଆନ୍ଧ୍ରପ୍ରଦେଶର ବି. ସାନୁବାଲ(୫୪) ଓ ବିହାରର ରସିତ ଇକବାଲ(୨୪)।
ମିଳିଥିବା ସୂଚନା ମୁତାବକ, ବିଜୟୱାଡାରୁ ବଲାଙ୍ଗୀରକୁ ଲୁହା ପାଇପ୍‌ ବୋଝେଇ କରି ଯାଉଥିବା ଟ୍ରେଲର(ନଂ.ଏପି୦୪ଏକ୍ସ-୮୭୮୧) ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ଘାଟି ବିରିମୁହାଁଣ ପ୍ରଥମ ବୁଲାଣିରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ରାସ୍ତାରେ ଯାଉଥିବା କେତେକ ଗାଡି ଚାଳକ ଏନେଇ ଆମପାଣି ପୋଲିସକୁ ଖବର ଦେଇଥିଲେ। ପରେ କୋକସରା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୁଇଜଣ ଡ୍ରାଇଭରଙ୍କୁ ଉଦ୍ଧାର କରି କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭବାନୀପାଟଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ଅନ୍ୟପକ୍ଷେ ଦୁର୍ଘଟଣା ପରେ ଟ୍ରେଲରକୁ ରାସ୍ତାରୁ ହଟାଇବା ନେଇ କାର୍ଯ୍ୟ ଜାରି ରହିଛି। ଆମପାଣି ଥାନା ଅଧିକାରୀ ଚତୁର୍ଭୁଜ ନାଏକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri