ଆମପାଣି ଘାଟିରେ ଓଲଟିଲା ଲୁହା ପାଇପ୍‌ ବୋଝେଇ ଟ୍ରେଲର

କୋକସରା,୩୦।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଆମପାଣି ଘାଟିରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ଭାରସାମ୍ୟ ହରାଇ ଓଲଟି ପଡିବାରୁ ୨ଜଣ ଡ୍ରାଇଭର ଗୁରୁତର ହୋଇଛନ୍ତି। ସେମାନେ ହେଲେ ଆନ୍ଧ୍ରପ୍ରଦେଶର ବି. ସାନୁବାଲ(୫୪) ଓ ବିହାରର ରସିତ ଇକବାଲ(୨୪)।
ମିଳିଥିବା ସୂଚନା ମୁତାବକ, ବିଜୟୱାଡାରୁ ବଲାଙ୍ଗୀରକୁ ଲୁହା ପାଇପ୍‌ ବୋଝେଇ କରି ଯାଉଥିବା ଟ୍ରେଲର(ନଂ.ଏପି୦୪ଏକ୍ସ-୮୭୮୧) ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ଘାଟି ବିରିମୁହାଁଣ ପ୍ରଥମ ବୁଲାଣିରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ରାସ୍ତାରେ ଯାଉଥିବା କେତେକ ଗାଡି ଚାଳକ ଏନେଇ ଆମପାଣି ପୋଲିସକୁ ଖବର ଦେଇଥିଲେ। ପରେ କୋକସରା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୁଇଜଣ ଡ୍ରାଇଭରଙ୍କୁ ଉଦ୍ଧାର କରି କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭବାନୀପାଟଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ଅନ୍ୟପକ୍ଷେ ଦୁର୍ଘଟଣା ପରେ ଟ୍ରେଲରକୁ ରାସ୍ତାରୁ ହଟାଇବା ନେଇ କାର୍ଯ୍ୟ ଜାରି ରହିଛି। ଆମପାଣି ଥାନା ଅଧିକାରୀ ଚତୁର୍ଭୁଜ ନାଏକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri