ଶିକ୍ଷା ଅଧିକାରୀଙ୍କ କାରକୁ ପିଟିଲା ଟ୍ରେଲର

ବୈଶିଙ୍ଗା,୬ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ୧୮ନଂ. ଜାତୀୟ ରାଜପଥର ଗଡ଼ଗଡ଼ିଆଠାରେ ସୋମବାର ଏକ ଟ୍ରେଲର ଧକ୍କାରେ ଶିକ୍ଷା ବିଭାଗର ୩ ଅଧିକାରୀ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ପ୍ରଥମେ ବୈଶିଙ୍ଗା ଡାକ୍ତରଖାନା ଓ ପରେ ବାରିପଦା ସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଏକ କାର୍‌ ଯୋଗେ ବାରିପଦାରୁ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ନିତ୍ୟାନନ୍ଦ ବାରିକ, ପ୍ରଶାନ୍ତ ମହାନ୍ତି ଓ ଜୀବନ ରଞ୍ଜନ କର ଭୁବନେଶ୍ବର ଯାଉଥିଲେ। ଗଡ଼ଗଡ଼ିଆ ନିକଟରେ ଏକ ଟ୍ରେଲର କାର୍‌କୁ ଧକ୍କା ଦେଇଥିଲା। କାର୍‌ଟି ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହୋଇ ଯାଇଥିଲା। ଫଳରେ ୩ ଅଧିକାରୀ ଗୁରୁତର ଆହତ ହୋଇଥିଲେ। ଖବରପାଇ ବୈଶିଙ୍ଗା ଥାନା ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପଠାଇଥିଲା। ଦୁର୍ଘଟଣା ପରେ ଉକ୍ତ ରାସ୍ତାରେ କିଛି ସମୟ ପାଇଁ ଯାନବାହାନ ଚଳାଚଳ ବ୍ୟାହତ ହୋଇଥିଲା। ପୋଲିସ ଗାଡ଼ି ଦୁଇଟିକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri