ଅଟୋକୁ ପଛରୁ ଧକ୍କାଦେଲା ଟ୍ରେଲର: ୩ ଶିଶୁ ସମେତ ୮ ଆହତ

ଛତ୍ରପୁର,୩୦ା୧୨(ଡି.ଏନ୍‌.ଏ.): ଚମାଖଣ୍ଡି ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥରେ ଏକ ଅଟୋ ରିକ୍ସାକୁ ଟ୍ରେଲର ଧକ୍କା ଦେବା ଫଳରେ ୩ ଶିଶୁଙ୍କ ସମେତ ୮ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ରମା ପ୍ରଧାନ (୪୫), ଶିବରମ ପ୍ରଧାନ(୨୫), ନର୍ମଦା ପ୍ରଧାନ (୨୫), ରମା ପ୍ରଧାନ(୬୦), ଶୁଭାସ୍ମିତା ପ୍ରଧାନ (୭), ଅମିତ ପ୍ରଧାନ (୨) ଓ ଅଟୋ ଚାଳକ ଏ. ଗୌରାଙ୍ଗ ରେଡ୍ଡୀ (୫୬) ପୁରୁଷୋତ୍ତମପୁର ବ୍ଲକ କଇଠଡା ଗ୍ରାମରୁ ଗୋଟିଏ ପରିବାରର ୭ ଜଣ ଅଟୋ ନଂ (ଓଡି ୦୭ଜେ ୨୨୨୦)ରେ ଛତ୍ରପୁର ବ୍ଲକର ମାୟାପାଟଣା ଗ୍ରାମକୁ ଏକ ଭୋଜିରେ ଯୋଗ ଦେବାକୁ ଆସୁଥିଲେ। ଚମାଖଣ୍ଡି ଛକଠାରେ ସେମାନେ ଭୁଲବଶତଃ ଅନ୍ୟ ଗ୍ରାମକୁ ଚାଲି ଯାଇଥିଲେ। ପୁଣି ଜାତୀୟ ରାଜପଥରେ ଫେରିବା ବେଳେ ଟ୍ରେଲର (ଏନଏଲ ୦୧କ୍ୟୁ ୫୯୯୯) ଅଟୋକୁ ପଛପଟୁ ଧକ୍କା ଦେଇ ଚାଲି ଯାଇଥିଲା । ସ୍ଥାନୀୟ ଅଟୋଚାଳକମାନଙ୍କ ସହଯୋଗରେ ଆହତ ଦୁର୍ଘଟଣାଗ୍ରସ୍ତ ଅଟୋଚାଳକଙ୍କ ସମେତ ଆଠ ଜଣଙ୍କୁ ଉଦ୍ଧାର କରି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଘଟାଇ ପଳାଇ ଯାଇଥିବା ଟ୍ରେଲରକୁ ଚମାଖଣ୍ଡି ପୋଲିସ ପୋକଡିବନ୍ଧ ଛକରେ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?