ତୀର୍ଥଯାତ୍ରୀ ବସ୍‌କୁ ଧକ୍କା ଦେଲା ଟ୍ରେଲର, ୪ ମୃତ, ୨୫ରୁ ଊର୍ଦ୍ଧ୍ୱ ଆହତ

କଣିହାଁ,୨ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌କୁ ଟ୍ରେଲର ଧକ୍କା ଦେବାରୁ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।

ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ଝାଡ଼ଖଣ୍ଡର ହଜାରିବାଗଠାରେ ଏହି ଦୁର୍ଘଟଣା ଘଟିଥିଲା। ଟ୍ରେଲର ଧକ୍କାରେ ବସ୍‌ଟି ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆହତମାନଙ୍କୁ ହଜାରିବାଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବସ୍‌ରେ ମୋଟ ୫୫ ଜଣ ଯାତ୍ରୀ ଥିଲେ। ସେମାନେ ବିହାରର ଗୟା ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ମୃତକଙ୍କ ପରିବାର ଲୋକେ ମୃତଦେହ ଆଣିବା ପାଇଁ ଝାଡ଼ଖଣ୍ଡ ଯାଇଥିବା ବେଳେ ସ୍ଥାନୀୟ ଅଞ୍ଚଳର ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?