ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା l ବାରକୋଟ ପଟୁ ରାଉରକେଲା ପଟକୁ ଯାଉଥିବା ଏକ ଲୌହ ଏଙ୍ଗେଲ ବୋଝେଇ ଟ୍ରଲର ଏକ ବାଇକକୁ ଧକ୍କା ଦେବା ଫଳରେ ଦୁଇ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ଏତେ ମର୍ମନ୍ତୁଦ ଥିଲା ଯେ, ମୃତକଙ୍କ ଉପରେ ସମ୍ପୂର୍ଣ୍ଣ ଟ୍ରଲର ଚଢି ଯାଇ କିଛି ଦୂରରେ ଅଟକି ଥିଲା l ମୃତ ଦୁଇଜଣ ବଣାଇଁ ଥାନା ଅନ୍ତର୍ଗତ ଟିକିରାପୋଷ ଗ୍ରାମର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ତେବେ ସେମାନଙ୍କ ପରିଚୟ ସ୍ପଷ୍ଟ ହୋଇ ନ ଥିବା ଲହୁଣିପଡ଼ା ପୋଲିସ କହିଛି l ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇ ତଦନ୍ତ ଜାରି ରଖିଛି l ଅପରପକ୍ଷେ ଦୁର୍ଘଟଣା ଘଟାଇଥିବା ଟ୍ରଲର ସହ ଚାଳକକୁ ଅଟକ ରଖି ପଚରାଉଚରା ଚଳାଇଛି ପୋଲିସ l