ଯବାନଙ୍କୁ ଦଳି ଦେଲା ଟ୍ରେଲର

ବାରିପଦା ଅଫିସ/କୁଳିଅଣା, ୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ୧୮ନମ୍ବର ଜାତୀୟ ରାଜପଥର କୁଳିଅଣା ଛକଠାରେ ଏକ ଟ୍ରେଲର ଧକ୍କାରେ ଜଣେ ଯବାନଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ବାଲେଶ୍ୱର ଥାନା ଅଧୀନ ମହାଗବ ଗ୍ରାମର ମଧୁସୂଦନ ଦେ। ବାରିପଦାସ୍ଥିତ ପଞ୍ଚମ ବାଟାଲିୟନରେ ମଧୁସୂଦନ କାର୍ଯ୍ୟ କରୁଥିଲେ।

ଗୁରୁବାର ସେ ଏକ ବାଇକ୍‌ ଯୋଗେ ଲକ୍ଷ୍ମୀପୋଷିରୁ କୁଳିଅଣା ଆସୁଥିବା ବେଳେ ଟ୍ରେଲରଟି ତାଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ୨ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବରପାଇ ତହସିଲଦାର ଅଭିଷେକ ଦାସ, ଏସ୍‌ଡିପିଓ କେ.କେ.ହରିପ୍ରସାଦ, କୁଳିଅଣା ଥାନା ଅଧିକାରୀ କୃଷ୍ଣଚନ୍ଦ୍ର ଯାନୀ ଘଟଣାସ୍ଥଳରେ ପହଞ୍ଚିି ଲୋକଙ୍କୁ ବୁଝାଶୁଝା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରେଲର ଡ୍ରାଇଭର ରାମଚନ୍ଦ୍ର ଚୌଧୁରୀଙ୍କୁ କୁଳିଅଣା ପୋଲିସ ଅଟକ ରଖିଛି। ଏନେଇ ଥାନାରେ ଏକ ମାମଲା(ନଂ.୧୩୦/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri