ବଲାଙ୍ଗୀର ଏସପିଙ୍କ ଘର ନିକଟରେ ଟ୍ରଲର-ଟ୍ରକ ଧକ୍କା: ଡ୍ରାଇଭର ଗୁରୁତର

ବଲାଙ୍ଗୀର,୪।୧୧(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ଏସପିଙ୍କ ଘର ନିକଟ ୨୬ ନମ୍ବର ଜାତୀୟ ରାଜପଥରେ ଟ୍ରଲର-ଟ୍ରକ ଧକ୍କା ହୋଇଛି। ଏଥିରେ ଟ୍ରଲର ଡ୍ରାଇଭର ଗୁରୁତର ଆହତ ହୋଇଥିବା ଜଣାପଡିଛି। ଦୁଇ ଗାଡି ଦୁର୍ଘଟଣା ପରେ ଜାତୀୟ ରାଜପଥରେ ଯାନବାହାନ ଚଳାଚଳ ବନ୍ଦ ହୋଇଯାଇଥିଲା।
ସୂଚନା ଅନୁଯାୟୀ, ରାତି ୨ଟା ସମୟରେ ସମ୍ବଲପୁରରୁ ଆନ୍ଧ୍ରପ୍ରଦେଶ ଯାଉଥିବା ଏକ ମାଲ ବୋଝେଇ ଟ୍ରକ ଓ ଭବାନୀପାଟଣାରୁ ଆସୁଥିବା ଏକ ଟ୍ରଲର ଗାଡି ବଲାଙ୍ଗୀର ଏସପିଙ୍କ ଘର ସମ୍ମୁଖରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବଲାଙ୍ଗୀର ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଟାଉନ ପୋଲିସ ଟ୍ରଲର ଡ୍ରାଇଭରଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲକୁ ଗୁରୁତର ଡ଼୍ରାଇଭରଙ୍କୁ ଚିକିତ୍ସା ପାଇଁ ପଠାଇଥିଲେ।
ଅନ୍ୟପଟେ ଟ୍ରଲର ଗାଡିର ଟାଙ୍କି ଫାଟି ଡିଜେଲ ଲିକ ହୋଇ ରାସ୍ତାରେ ପଡ଼ିଥିବାରୁ ଏହାକୁ ଅଗ୍ନିଶମ ବିଭାଗ ପାଣି ମାରି ଧୋଇଥିଲା l ଭୋର ୫ଟାରେ ପୋଲିସ କ୍ରେନ ସାହାଯ୍ୟରେ ରାସ୍ତା ମଝିରୁ ଟ୍ରଲରକୁ ହଟାଇବା ପରେ ଗାଡି ମଟର ଚଳାଚଳ କରିଛି। ବାଇପାସ ରାସ୍ତା ନ ଥିବାରୁ ପ୍ରାୟତଃ ଛୋଟ ବଡ଼ ଦୁର୍ଘଟଣା ଘଟୁଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri