ଟ୍ରେନ୍‌ ବାତିଲ ଓ ସାମୟିକ ସମୟ ପରିବର୍ତ୍ତନ

ଭୁବନେଶ୍ୱର,୫।୮: ହାଓ୍ବାଡ଼ା-ଚେନ୍ନାଇ ମୁଖ୍ୟ ରେଳଲାଇନରେ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ପଲାସା-କୋଟାଭାଲାସା ରେଳସେକ୍ସନର ବିଜୟ ନଗରମ ଓ କୋରୁକୋଣ୍ଡା ଷ୍ଟେସନ ସହିତ ପୁଣ୍ଡୁରୀ ଓ ଦୁସି ଷ୍ଟେସନ ମଧ୍ୟରେ ରେଳଧାରଣା ତଳେ ଉପାମାର୍ଗ ର୍ନିମାଣ ସମ୍ବନ୍ଧୀୟ ସୁରକ୍ଷା ଜନିତ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ୧୧ ଟି ଟ୍ରେନ୍‌ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ୧୧ଟି ଟ୍ରେନକୁ ମଧ୍ୟ ପରିବର୍ତ୍ତିତ ସମୟରେ ଚଳାଚଳ କରାଇବାକୁ ସ୍ଥିର କରାଯାଇଛି। ବାତିଲ ହୋଇଥିବା ଟ୍ରେନଗୁଡିକ ମଧ୍ୟରେ ଅଛନ୍ତି ସିକନ୍ଦରାବାଦ-ଭୁବନେଶ୍ୱର ବିଶାଖା ସ୍ପେଶାଲ୍‌, ଭୁବନେଶ୍ୱର-ସିକନ୍ଦରାବାଦ ବିଶାଖା ସ୍ପେଶାଲ, ଚେନ୍ନାଇ-ହାଓଡ଼ା ସ୍ପେଶାଲ, ଭାସ୍କୋଡାଗାମା-ହାଓଡ଼ା ଅମରାବତୀ ସ୍ପେଶାଲ, ଗୁଣ୍ଟୁର-ରାୟଗଡା-ଗୁଣ୍ଟୁର ସ୍ପେଶାଲ, ହାଓଡ଼ା-ଯଶୋବନ୍ତପୁର ସ୍ପେଶାଲ, ବିଶାଖାପାଟଣା-ଗୁଣୁପୁର-ବିଶାଖାପାଟଣା ସ୍ପେଶାଲ ଏବଂ ବିଶାଖାପାଟଣା-ଭୁବନେଶ୍ୱର-ବିଶାଖାପାଟଣା ସ୍ପେଶାଲ ବାତିଲ ହୋଇଛି।
ସେହିପରି ଚଳାଚଳ ସମୟରେ ସାମୟିକ ପରିବର୍ତ୍ତନ ହୋଇଥିବା ଟ୍ରେନ ଗୁଡିକ ହେଉଛି ରାମେଶ୍ୱରମ-ଭୁବନେଶ୍ୱର ସ୍ପେଶାଲ୍‌, ବାଙ୍ଗାଲୋର-ଭୁବନେଶ୍ୱର ପ୍ରଶାନ୍ତି ସ୍ପେଶାଲ, ହାଓଡ଼ା-ପଣ୍ଡିଚେରୀ ସ୍ପେଶାଲ୍‌, ହାଓ୍ବଡ଼ା-ଚେନ୍ନାଇ ସ୍ପେଶାଲ୍‌, ଏର୍ଣ୍ଣାକୁଲମ-ଟାଟା ସ୍ପେଶାଲ୍‌, ଆଲେପି-ଧାନବାଦ୍‌ ସ୍ପେଶାଲ୍‌ ଭଗତ କୀ କୋଠି-ବିଶାଖାପାଟଣା ସ୍ପେଶାଲ, ଭୁବନେଶ୍ୱର-ବାଙ୍ଗାଲୋର ପ୍ରଶାନ୍ତି ସ୍ପେଶାଲ୍‌, ଡିବୃଗଡ଼-କନ୍ୟାକୁମାରୀ ସ୍ପେଶାଲ୍‌, ଭୁବନେଶ୍ୱର-ସିକନ୍ଦରାବାଦ ବିଶାଖା ସ୍ପେଶାଲ ଓ ଶାଲୀମାର-ତ୍ରିଭେନ୍ଦ୍ରମ ସ୍ପେଶାଲର ସମୟ ପରିବର୍ତ୍ତନ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri