ମାଲଗାଡ଼ି ଲାଇନଚ୍ୟୁତ, ୬୦ରୁ ଅଧିକ ମୃତ…

କିନ୍‌ଶାସା, ୧୩।୩ : ଆଫ୍ରିକୀୟ ଦେଶ ଡେମୋକ୍ରାଟିକ ରିପବ୍ଲିକ ଅଫ କଙ୍ଗୋରେ ଏକ ମାଲଗାଡ଼ି ଲାଇନଚ୍ୟୁତ ହେବାରୁ ୬୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୧୦୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି । ଲୁଆଲାବା ପ୍ରଦେଶର ଲୁବୁଡି ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। କୁହାଯାଉଛି ଯେ ଲୋକମାନେ ମାଲଗାଡ଼ିରେ ବେଆଇନ ଭାବେ ଯାତ୍ରା କରୁଥିଲେ । ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ଏହି ଦୁର୍ଘଟଣାରେ ମାଲଗାଡ଼ିର ୭ଟି ବଗି ଲାଇନଚ୍ୟୁତ ହୋଇଛି।

କେବଳ ୭ ଜଣଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ଅବଶିଷ୍ଟ ୫୩ରୁ ଅଧିକ ଲୋକଙ୍କ ମୃତଦେହ ଦୁର୍ଘଟଣାସ୍ଥଳରେ ପଡ଼ି ରହିଛି। କଙ୍ଗୋର ପ୍ରାଦେଶିକ ଅଧିକାରୀ ଜିନ-ସର୍ଜ ଲୁମୁ କହିଛନ୍ତି ଯେ ଆହତମାନଙ୍କ ମଧ୍ୟରେ ଦୁଇ ବର୍ଷର ଜଣେ ଶିଶୁ ମଧ୍ୟ ଅଛନ୍ତି। ତାଙ୍କର ମାତାପିତା ଙ୍କର ଏହି ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ବହୁ ଆହତଙ୍କୁ ଲୁବୁଡ଼ି ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମାଲଗାଡ଼ିଟି ମୁନେଡିଟୁ ସହରରୁ ଲୁବୁମ୍ବାଶି ଅଭିମୁଖେ ଯାଉଥିଲା।

ମାଲଗାଡ଼ିରେ ଯାତ୍ରୀ ପରିବହନକୁ ଅନୁମତି ନାହିଁ । ଏଭଳି ପରିସ୍ଥିତିରେ ଏହି ଟ୍ରେନ ଲୋକେ ବେଆଇନ ଭାବେ ଯାତ୍ରା କରୁଥିଲେ। ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ, କିନ୍ତୁ ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ ସାତୋଟି ବଗି ଟ୍ରେନରୁ ଅଲଗା ହୋଇଥିଲା। ବଗି ଭିତରେ ବନ୍ଦ ଥିବା ଲୋକମାନେ ବାହାରକୁ ବାହାରିବାର ସୁଯୋଗ ମଧ୍ୟ ପାଇ ନଥିଲେ।

ଗତ ବର୍ଷ ଅକ୍ଟୋବରରେ, ଲୁଆଲାବା ପ୍ରଦେଶର କେଞ୍ଜେନଞ୍ଜ ସହରରେ ଏକ ଟ୍ରେନ ଲାଇନଚ୍ୟୁତ ହେବାରୁ ୯ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣାର କାରଣ ରେଲଓ୍ବେ ଟ୍ରାକର ରକ୍ଷଣାବେକ୍ଷଣରେ ଅଭାବ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri