ଷଣ୍ଢକୁ ଧକ୍କା ଦେଇ ଟ୍ରେନ୍‌ ଲାଇନଚ୍ୟୁତ: ହାଓଡାରୁ ଭୁବନେଶ୍ୱର ଆସୁଥିଲା ଜନଶତାବ୍ଦୀ ଏକ୍ସପ୍ରେସ୍‌

ଭଦ୍ରକ ଅଫିସ, ୧୮।୯: ଭଦ୍ରକ ଡଗରାସାହି ଲେଭଲକ୍ରସିଂଠାରେ ଶନିବାର ସନ୍ଧ୍ୟାରେ ରେଳଧାରଣାରେ ଯାଉଥିବା ଏକ ଷଣ୍ଢକୁ ଧକ୍କା ଦେଇ ଜନଶତାବ୍ଦୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ରେ ଚାପିହୋଇ ଷଣ୍ଢର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଯାତ୍ରୀଙ୍କର କୌଣସି କ୍ଷତି ହୋଇନାହିଁ।
ସୂଚନା ଅନୁଯାୟୀ, ଏହି ଟ୍ରେନ୍‌ ହାଓଡାରୁ ଭୁବନେଶ୍ୱର ଆସୁଥିଲା। ସନ୍ଧ୍ୟା ପ୍ରାୟ ୫ଟା ୪୦ ବେଳେ ଭଦ୍ରକ ଷ୍ଟେଶନଠାରୁ ମାତ୍ର ୨ଶହ ମିଟର ଦୂର ଡଗରାସାହି ଲେଭଲକ୍ରସିଂଠାରେ ଟ୍ରେନ୍‌ଟି ଷଣ୍ଢକୁ ଧକ୍କା ଦେବାରୁ ୨ଟି ଚକ ଲାଇନଚ୍ୟୁତ ହୋଇଯାଇଥିଲା। ଫଳରେ ଉକ୍ତ ଟ୍ରାକ୍‌ରେ ସମସ୍ତ ଟ୍ରେନ୍‌ ଚଳାଚଳ ବନ୍ଦ ରଖାଯାଇଥିଲା। ଖବରପାଇ ଭଦ୍ରକ ରେଳଷ୍ଟେଶନର ଏଆର୍‌ଟି (ଆକ୍ସିଡେଣ୍ଟ ରିଲିଫ୍‌ ଟିମ୍‌) ପହଞ୍ଚି ୭ଟା ୧୦ ବେଳେ ଦୁଇ ଚକକୁ ଟ୍ରାକ୍‌କୁ ଆଣିଥିଲା। ୭ଟା ୪୩ରେ ଟ୍ରେନ୍‌ ଗଡ଼ିବା ଆରମ୍ଭ କରିଥିଲା। ଭଦ୍ରକ ଷ୍ଟେଶନରେ କିଛି ସମୟ ରହିବା ପରେ ଟ୍ରେନ୍‌ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ ବୋଲି ରେଲଓ୍ବେ ଷ୍ଟେଶନ ସୁପରିଣ୍ଟେଣ୍ଡେଣ୍ଟ ସୁବାସ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?