Posted inଫୁରସତ

କଚୋଡି ଖାଇବା ପାଇଁ ଟ୍ରେନ୍‌ ଅଟକାଇ ଦେଲେ ଡ୍ରାଇଭର

ଜୟପୁର,୨୨।୨: ଶୀର୍ଷକକୁ ପଢ଼ିଲେ ନିଶ୍ଚୟ ଆଶ୍ଚର୍ଯ୍ୟ ଲାଗୁଥିବ। କିନ୍ତୁ କଥାଟି ସତ। କିଛି ଦିନ ପୂର୍ବରୁ ପାକିସ୍ତାନ ଲାହୋରର ଏକ ରେଳ ଷ୍ଟେସନ ନିକଟରେ ମଧ୍ୟ ଜଣେ ଟ୍ରେନ୍‌ ଡ୍ରାଇଭର ଦହି କିଣିବା ପାଇଁ ଟ୍ରେନ୍‌କୁ ଅଟକାଇ ଦେଇଥିବା ଘଟଣା ସାମ୍ନାକୁ ଆସିଥିଲା। ଏହି ଘଟଣା ଲୋକଲୋଚନକୁ ଆସିବା ପରେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ତେବେ ପାକିସ୍ତାନ ପରେ ଏବେ ଭାରତରୁ ମଧ୍ୟ ସମାନ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଟ୍ରେନ୍‌ ଡ୍ରାଇଭର କଚୋଡି ଖାଇବା ପାଇଁ ଟ୍ରେନ୍‌କୁ ଅଟକାଇ ଦେଇଥିବା ଜଣାପଡ଼ିଛି। ଏହି ଘଟଣା ରାଜସ୍ଥାନର ଅଲୱର ଜିଲାରୁ ଆସିଛି। ଅଲୱର ସ୍ଥିତ ଏକ ରେଲଓ୍ବେ ଷ୍ଟେସନ ନିକଟରେ ଜଣେ ଟ୍ରେନ୍‌ ଡ୍ରାଇଭର କଚୋଡି ଖାଇବା ପାଇଁ ଟ୍ରେନ୍‌କୁ ଅଟକାଇ ଦେଇଥିଲେ। ସେହି ସମୟର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଜଣେ ବ୍ୟକ୍ତି ନିଜ ହାତରେ କଚୋଡି ଧରି ଠିଆ ହୋଇଥିବାର ନଜର ଆସିଛନ୍ତି। କିଛି ସମୟ ପରେ ସେଠାକୁ ଏକ ଟ୍ରେନ୍‌ ଆସି ପହଞ୍ଚିବା ପରେ ବ୍ୟକ୍ତି ଜଣକ ଉକ୍ତ କଚୋଡି ପ୍ୟାକେଟକୁ ଇଞ୍ଜିନ ଡ୍ରାଇଭରଙ୍କୁ ଧରାଇଥାନ୍ତି। କଚୋଡି ନେବା ମାତ୍ରେ ହିଁ ଟ୍ରେନ୍‌ ନିଜର ଯାତ୍ରା ଆରମ୍ଭ କରିଥିବା ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି। ଅନ୍ୟପଟେ ଟ୍ରେନ୍‌ ଡ୍ରାଇଭରର ଏଭଳି କାର୍ଯ୍ୟ ଯୋଗୁ ଅନେକ ଲୋକ ହଇରାଣ ହରକତ ହେବାକୁ ପଡ଼ିଛି। କିଛି ସମୟ ଧରି ଫାଟକ ବାହାରେ ଲୋକଙ୍କୁ ଅପେକ୍ଷା କରିବାକୁ ପଡିଥିଲା। ଏହି ସମୟର ଦୃଶ୍ୟକୁ ଅନେକ ଲୋକ ନିଜ ମୋବାଇଲରେ ରେକର୍ଡ କରି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଯାହା ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri