ପାରଳାଖେମୁଣ୍ଡିରେ ପହଞ୍ଚିଲା ପାରଳା ରାଜବଂଶୀୟ ଅମଳର ଟ୍ରେନ୍‌ ଇଞ୍ଜିନ୍‌, ନିର୍ମାଣରେ ଖର୍ଚ୍ଚ ହୋଇଥିଲା ଏତିକି ଟଙ୍କା

ଗଜପତି,୭ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ଆସି ପହଞ୍ଚିଛି ପାରଳାଖେମୁଣ୍ଡି ରାଜବଂଶୀୟଙ୍କ ପୁରାତନ କୀର୍ତ୍ତି। ଲୋକଙ୍କ ଯାତାୟାତ ପାଇଁ ପାରଳା ରାଜବଂଶୀୟ ଯେଉଁ ରେଳସେବା ଆରମ୍ଭ କରିଥିଲେ ପ୍ରାୟତଃ ଅଖଣ୍ଡ ଭାରତବର୍ଷରେ କିଛି ହାତଗଣତି ସ୍ଥାନରେ ହିଁ ରେଳସେବା ରହିଥିଲା। ତେବେ ସେହି ସମୟରେ ପ୍ରଥମ କରି ଯେଉଁ ଇଞ୍ଜିନ ରେଳସେବା ଯୋଗାଇ ଆସୁଥିଲା ତାହା ନାରୋଗଜ୍‌ରେ ଚଳପ୍ରଚଳ କରୁଥିଲା। ଦୀର୍ଘବର୍ଷ ଧରି ଏହି ରେଳ ଇଞ୍ଜିନଟି ପୂର୍ବତଟ ରେଳ ଜୋନ୍‌ ଓ୍ବାଲଟିୟର ଡିଭିଜନ କାର୍ଯ୍ୟାଳୟଠାରେ ଶୋଭାବର୍ଦ୍ଧନ କରୁଥିଲା। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବୁଦ୍ଧିଜୀବୀମାନେ ଏହି ଇଞ୍ଜିନଟିକୁ ପାରଳାଖେମୁଣ୍ଡି ଫେରାଇ ଆଣିବା ପାଇଁ ବାରମ୍ବାର ଦାବି କରି ଆସୁଥିଲେ। ଏହି ଦାବିକୁ ଯଥାର୍ଥ ବୋଲି ରେଳ ମନ୍ତ୍ରଣାଳୟ ହୃଦ୍‌ବୋଧ କରିବା ସହ ଫେରାଇବା ପାଇଁ ପ୍ରତିଶ୍ରୁତି ଦେଇଥିଲା। ଯାହାକି ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଉକ୍ତ ଇଞ୍ଜିନ୍‌ଟିକୁ ଶନିବାର ବିଳମ୍ବିତ ରାତିରେ ଉକ୍ତ ଐତିହ୍ୟ ବାର୍ତ୍ତା ବହନ କରୁଥିବା ପାରଳା ରାଜବଂଶ ଟ୍ରେନ୍‌ଟିକୁ ପାରଳାଖେମୁଣ୍ଡିରେ ପହଞ୍ଚାଇଥିଲେ। ଯାହାକୁ ନେଇ ସମଗ୍ର ଗଜପତି ଜିଲାରେ ଖୁସିର ଲହରି ଖେଳିଯାଇଛି।
ସୂଚନାନୁଯାୟୀ, ଏହି ବାଷ୍ପୀୟ ଇଞ୍ଜିନଟି ୧୮୯୯ରେ ଗଜପତି ମହାରାଜା ଗୌରଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ସମୟରେ ୭ଲକ୍ଷ ଟଙ୍କା ବିନିଯୋଗରେ ତିଆରି ହୋଇଥିଲା। ଏହି ଇଞ୍ଜିନଟି ଷ୍ଟେଶନ ସାମ୍ନାରେ ସବୁବେଳେ ପ୍ରଦର୍ଶିତ ନିମନ୍ତେ ରହି ଷ୍ଟେଶନର ଶୋଭାକୁ ବଢ଼ାଇବା ସହ ପୁରୁଣା ଇତିହାସକୁ ମନେ ପକାଇବ ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri