ମାଡ଼ିଗଲା ଟ୍ରେନ୍‌: ଜଣେ ମୃତ, ୨ ଗୁରୁତର

ରାୟଗଡ଼ା,୧୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍‌ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର ପ୍ଲାଟ୍‌ଫର୍ମରେ ଏକ ଲାଇଟ ମୋଟର ଟ୍ରଲିକୁ ପଛପଟୁ ଧକ୍କା ଦେଇଥିଲା। ଏକା ରେଳଧାରଣାରେ ସମାନ ସମୟରେ ଟ୍ରେନ୍‌ ଓ ଟ୍ରଲ୍ଲୀ ରହିବାରୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଟ୍ରଲିରେ ରହିଥିବା ରେଳବାଇ ଇଞ୍ଜିନିୟରିଂ ବିଭାଗର ତିନି ଠିକା କର୍ମଚାରୀଙ୍କ ମଧ୍ୟରୁ ଜଣେ ମୃତ ଏବଂ ଦୁଇ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ମୃତ କର୍ମଚାରୀ ଜଣକ ହେଲେ ସୁନ୍ଦରଗଡ଼ ଜିଲାର ଦେବର୍ଷି କିଶାନ। ଆହତମାନେ ହେଲେ ସୁଶାନ୍ତ ଦାସ ଓ ବାବୁଲା ସାହା। ସେମାନଙ୍କ ଅବସ୍ଥା ଗୁରୁତର ରହିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଉଭୟଙ୍କ ଚିକିତ୍ସା ଚାଲିଛି। ମୃତକ ଓ ଆହତମାନେ ଟ୍ରଲିରେ କାର୍ଯ୍ୟ କରୁଥିଲେ। ତେବେ କେଉଁଠି ତ୍ରୁଟି ଯୋଗୁ ଏହି ଦୁର୍ଘଟଣା ଘଟିଲା ତାହାର ତଦନ୍ତ ଆରମ୍ଭ ହୋଇଛି। ଡିଆରଏମ୍‌ ଅମିତାଭ ସିଂଘଲଙ୍କ ସମେତ ବରିଷ୍ଠ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri