ଟ୍ରାକ୍ଟରକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍‌

ଲାଞ୍ଜିଗଡ଼,୧୪ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ଯୋଡ଼ାବନ୍ଧ ନିକଟ ବେଦାନ୍ତ ରେଳ ଫାଟକରେ ଏକ ଟ୍ରାକ୍ଟରକୁ ମାଲବାହୀ ଟ୍ରେନ୍‌ ଧକ୍କା ଦେବାରୁ ଟ୍ରାକ୍ଟରରେ ବସି ଧାନ ଆଣିବାକୁ ଯାଉଥିବା ଶ୍ୟାମସୁନ୍ଦର ପଧାନ ଗୁରୁତର ହୋଇଛନ୍ତି। ସୂଚନାନୁସାରେ ଯୋଡ଼ାବନ୍ଧରୁ ଗୋପୀନାଥପୁରକୁ ସଂଯୋଗ କରୁଥିବା ରେଲୱେ କ୍ରସିଂରେ ଶୁକ୍ରବାର ସକାଳୁ ଗୋପୀନାଥପୁର ଗାଁର କ୍ଷେତ୍ର ପ୍ରଧାନୀଙ୍କ ଟ୍ରାକ୍ଟର ଧାନ ଆଣିବା ପାଇଁ ଚମ୍ପାଦେଈପୁରକୁ ଆସୁଥିଲା। ଏହି ସମୟରେ ରେଲୱେ କ୍ରସିଂରେ ହଠାତ୍‌ ବେଦାନ୍ତ କମ୍ପାନୀର ମାଲବାହୀ ଟ୍ରେନ୍‌ ଟ୍ରାକ୍ଟରକୁ ଧକ୍କାଦେଇଥିଲା। ଫଳରେ ଗାଡ଼ିରେ ଥିବା ଶ୍ୟାମସୁନ୍ଦର ଛିଟିକିପଡ଼ିବାରୁ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାରକରି ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇଥିଲେ। ସୂଚନା ଥାଉକି ପୂର୍ବତଟ ରେଳପଥ ଅଧୀନ ସମ୍ବଲପୁର ଡିଭିଜନର ଏକ ଗୁରୁତ୍ୱପୂର୍ଣ୍ଣ ରେଳ ଷ୍ଟେଶନ ଭାବେ ରାୟଗଡା ଜିଲା ଅମ୍ବାଦଳା ରେଳ ଜଙ୍କ୍‌ସନ ପରିଚିତ। ୨୦୦୪ରେ ଲାଞ୍ଜିଗଡ଼ଠାରେ ବେଦାନ୍ତ ଆଲୁମିନା ଲିମିଟେଡ୍‌ ସ୍ଥାପନ ହେବା ପରେ ୨୦୧୦ରେ ଅମ୍ବାଦଳା ରେଳ ଷ୍ଟେଶନରୁ ବେଦାନ୍ତ କମ୍ପାନୀକୁ ପ୍ରାୟ ୨୦ କି.ମି. ଦୂର ରେଳଲାଇନ ସଂଯୋଗ ହୋଇଛି। ଏହି ଲାଇନ ଦେଇ ଲାଞ୍ଜିଗଡ଼ ବେଦାନ୍ତ କାରଖାନାକୁ ଦୈନିକ ମାଲ ପରିବହନ ପାଇଁ ମାଲବାହୀ ରେଳ ଯାତାୟାତ କରୁଛି। ହେଲେ ଅଧିକାଂଶ ଗାଁରେ ଲାଇନ କ୍ରସିଂରେ ସୁରକ୍ଷା ବ୍ୟବସ୍ଥା କିମ୍ବା ଫାଟକ ନାହିଁ। ଘଟଣା ସ୍ଥଳକୁ ବେଦାନ୍ତ କର୍ମଚାରୀ ଆସି ଲୋକଙ୍କ ସହ ଆଲୋଚନା କରୁଥିବାବେଳେ ଲୋକେ କ୍ଷତିପୂରଣ ସହ ଓଭରବ୍ରିଜ୍‌ ଯଥାଶୀଘ୍ର ନିର୍ମାଣ କରିବା ପାଇଁ ଦାବି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି l ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri