ମାଲବାହୀ ଲାଇନ୍‌ଚ୍ୟୁତ, ଏକାଧିକ ଟ୍ରେନ୍‌ ବାତିଲ

ନନ୍ଦପୁର,୧୯ା୧୦(ତୁଷାରକାନ୍ତ ମହାନ୍ତି): ଆନ୍ଧ୍ର-ଓଡ଼ିଶା-ଛତିଶଗଡ଼ ସଂଯୋଗ କରୁଥିବା (ବିଶାଖାପାଟଣା-କିରାଣ୍ଡୁଳ) କେକେ ରେଳପଥରେ ଅଘଟଣ ହୋଇଛି। ଶନିବାର ବିଳମ୍ବିତ ରାତିରେ ରେଳପଥର (ଆନ୍ଧ୍ର) ଚିମିଡିପାଲି ଓ ଟାୟାଡା ଷ୍ଟେଶନ ମଧ୍ୟ ରେଳପଥ ଉପରେ ଖସି ପଡ଼ିଥିବା ଏକ ବିରାଟ ପଥର ସହ ଧକ୍କା ହୋଇ ମାଲବାହୀ ୪୧୨୦୪ର ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ଫଳରେ ରେଳପଥରେ ରେଳ ଯାତାୟାତକୁ ରେଳ ବିଭାଗ ତରଫରୁ ବାରଣ କରାଯାଇଛି। ଲାଇନଚ୍ୟୁତ ମାଲଗାଡ଼ିର ସମସ୍ତ ବଗି ଓ ଇଞ୍ଜିନକୁ ରେଳପଥରୁ ହଟାଇ ଆବଶ୍ୟକ ମରାମତି କରାଯିବାକୁ ଥିବାରେ ଏହି ରେଳପଥରେ ୧୯ ତାରିଖ ରବିବାର ଯାତାୟାତ କରିବାକୁ ଥିବା ଏକାଧିକ ଯାତ୍ରୀବାହୀ ଟ୍ରେନ୍‌ ବାତିଲ କରାଯାଇଛି। ବିଶାଖାପାଟଣା-କିରାଣ୍ଡୁଳ ଯାତ୍ରୀବାହୀ ଟ୍ରେନ୍‌ ନଂ ୫୮୫୦୧ ବାତିଲ କରାଯାଇଥିବା ବେଳେ କିରାଣ୍ଡୁଳ-ବିଶାଖାପାଟଣା ଯାତ୍ରୀବାହୀ ଟ୍ରେନ୍‌ ୫୮୫୦୨ କୁ କୋରାପୁଟରୁ କିରାଣ୍ଡୁଳ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବିଶାଖାପାଟଣା ରେଳ ଡିଭିଜନ (କୋରାପୁଟ) ଚିଫ୍‌ ଟ୍ରାନ୍ସପୋର୍ଟ ନିରୀକ୍ଷକ ପି.ନାରାୟଣ ରାଓ ସୂଚନା ଦେଇଛନ୍ତି। ଏଭଳି ପରିସ୍ଥିତି ଯୋଗୁ ରେଳଯାତ୍ରୀଙ୍କ ନିମନ୍ତେ ସୃଷ୍ଟି ହୋଇଥିବା ଅସୁବିଧା ପାଇଁ ରେଳ ବିଭାଗ ତରଫରୁ ଦୁଃଖ ପ୍ରକାଶ କରାଯାଇ ସହଯୋଗ କାମନା କରାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri