Posted inଜାତୀୟ

ଟ୍ରେନ-ସ୍କୁଲ ଭ୍ୟାନ୍‌ ଦୁର୍ଘଟଣା: ଚାଲିଗଲା ତିନି ଛାତ୍ରଙ୍କ ଜୀବନ, ଫାଟକ ରକ୍ଷକ ନିଲମ୍ବିତ

କୁଡ୍ଡାଲୋର,୮।୭: ତାମିଲନାଡୁର କୁଡ୍ଡାଲୋର ଏବଂ ଆଲପ୍ପାକ୍କମ ଟ୍ରେନ୍‌ ଲାଇନ୍‌ ମଝିରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫାଟକ ପାର୍‌ ହେଉଥିବା ବେଳେ ଏକ ପାସେଞ୍ଜର ଟ୍ରେନ୍‌କୁ ସ୍କୁଲ ଭ୍ୟାନ୍‌ ଧକ୍କା ଦେଇଛି। ଫଳରେ ଭ୍ୟାନରେ ଥିବା ୩ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଛାତ୍ର ଗୁରୁତର ଥିବା ଜଣାପଡିଛି।

ଦୁର୍ଘଟଣାରେ ପାଖାପାଖି ୧୦ଜଣ ଛାତ୍ରଙ୍କ ଅବସ୍ଥା ଗମ୍ଭୀର ରହିଥିବା ସୂଚନା ମିଳିଛି। ଏନେଇ ମୃତକଙ୍କ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଦୁର୍ଘଟଣାକୁ ନେଇ ଦୁଖଃ ପ୍ରକାଶ କରିବା ସହ ମୃତକଙ୍କ ପରିବାର ଲୋକଙ୍କୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ଅନୁଯାୟୀ, ଫାଟକ ରକ୍ଷକ ଶୋଇପଡ଼ିଥିଲେ। ଫଳରେ ଫାଟକ ବନ୍ଦ କରିବାରେ ସେ ବିଫଳ ହୋଇଥିଲେ। ଫଳରେ ଏହି ଦୁର୍ଘଟଣା ଘଟିଛି।

କୁଡ୍ଡାଲୋର ଏବଂ ଆଲପ୍ପାକ୍କମ ମଧ୍ୟରେ ଏକ ଘରୋଇ ସିବିଏସ୍‌ଇ ସ୍କୁଲ ବସ୍‌ ରେଳ ଲେଭଲ କ୍ରସିଂ ଗେଟ ନମ୍ବର ୧୭୦ ପାର୍‌ କରିବାକୁ ଚେଷ୍ଟା କରୁଥିବାବେଳେ ଟ୍ରେନ ନମ୍ବର ୫୬୮୧୩ ଭିଲୁପୁରମ୍‌-ମୟୀଲାଦୁଥୁରାଇ ପାସେଞ୍ଜର ଟ୍ରେନ୍‌ ସହିତ ଧକ୍କା ହୋଇଥିଲା। ଏପରିକି ଟ୍ରେନ୍‌ଟି ସ୍କୁଲ ଭ୍ୟାନକୁ ୫୦ ମିଟର ପର୍ଯ୍ୟନ୍ତ ଘୋଷାଡି ନେଇଥିଲା। ଦୁର୍ଘଟଣାକୁ ନେଇ ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର...

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍‌ ଅଫ୍‌ର କିଛି ମିନିଟ୍‌ ଘଟିଲା ଏମିତି…

ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri