୬ରେ ଦଶପଲ୍ଲାକୁ ଗଡ଼ିବ ରେଳ

ନୟାଗଡ଼/ଦଶପଲ୍ଲା,୪।୧ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଜାନୁଆରୀ ୬ରେ ଦଶପଲ୍ଲା ରେଳ ଷ୍ଟେଶନ ଉଦ୍‌ଘାଟନ ହେବ। ଏଥିପାଇଁ ପୂର୍ବତଟ ରେଳ ବିଭାଗର ମହାପ୍ରବନ୍ଧକ ମନୋଜ ଶର୍ମା ନୟାଗଡ଼ ଜିଲାର ଦଶପଲ୍ଲା ଗସ୍ତ କରିଛନ୍ତି। ମହାପ୍ରବନ୍ଧକ ଭୁବନେଶ୍ୱରରୁ ଦଶପଲ୍ଲାକୁ ରେଳ ଇଞ୍ଜିନରେ ଆସି ଓ୍ବିଣ୍ଡୋ ଟ୍ରେଲିଂ କରିବା ସହ ଟ୍ରାକ୍‌, ଓଏଚ୍‌ଇ, ସିଗନାଲ ଇତ୍ୟାଦି ବ୍ୟବସ୍ଥାର ନିରୀକ୍ଷଣ କ଼ରିଛନ୍ତି। ଅନ୍ୟପକ୍ଷେ ସ୍ବତନ୍ତ୍ର ସ୍ବୟଂ ଚାଳିତ କୋଚ୍‌ରେ ରେଳ ଷ୍ଟେଶନର ଆନୁଷଙ୍ଗିକ ବ୍ୟବସ୍ଥା ସହ ଦଶପଲ୍ଲା ଷ୍ଟେଶନର ବିଭିନ୍ନ କାର୍ଯ୍ୟର ଅଗ୍ରଗତି ନେଇ ଅନୁଧ୍ୟାନ କରିଛନ୍ତି। ମୁଖ୍ୟ ପ୍ରବନ୍ଧକଙ୍କ ସହ ଖୋର୍ଦ୍ଧା ଡିଆର୍‌ଏମ୍‌ ଏଚ୍‌.ଏସ୍‌.ବାଜୱା, ରେଳ ବିଭାଗର ଚିଫ୍‌ ଇଞ୍ଜିନିୟର ରାଜନେଶ ମାଥୁର ଆସି ଥିଲେ। ପୂର୍ବତଟ ରେଳ ବିଭାଗର ମହାପ୍ରବନ୍ଧକଙ୍କ ସୂଚନା ଅନୁସାରେ ଉଦ୍‌ଘାଟନ ପରେ ଦଶପଲ୍ଲାକୁ ୪ ଟ୍ରେନ ଚଳାଚଳ କରିବ। ବଲାଙ୍ଗୀର ପଟୁ ସୋନପୁର ବିଛୁପାଲି ପର୍ଯ୍ୟନ୍ତ ଟ୍ରେନ ଚଳାଚଳ କରୁଛି। ବିଛୁପାଲି ଠାରୁ ବୌଦ୍ଧ ଜିଲାର ପୁରୁଣା କଟକ ପର୍ଯ୍ୟନ୍ତ ୭୫ କି.ମି.କୁ ମାର୍ଚ୍ଚ ମାସ ସୁଦ୍ଧା ଟ୍ରେନ ଚଳାଚଳ କରିବ। ସେପଟେ ଦଶପଲ୍ଲା ଷ୍ଟେଶନ ଓ ରେଳପଥ ଠିକ୍‌ ଅଛି ା ଚଳିତ ମାସ ୬ ତାରିଖରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହାକୁ ଉଦ୍‌ଘାଟନ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri