ଟ୍ରେନ୍‌ ଟ୍ରାଜେଡି: ସିବିଆଇ ତଦନ୍ତକୁ ବିଜେଡିର ସ୍ବାଗତ

ଭୁବନେଶ୍ବର ୫।୬: ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାର ସିବିଆଇ ତଦନ୍ତକୁ ବିଜେଡି ସ୍ବାାଗତ କରିଛି। ଏ ନେଇ ଦଳର ଉପ ସଭାନେତ୍ରୀ ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲିକ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଭଲ ହୋଇଛି ସିବିଆଇକୁ ତଦନ୍ତ ଦିଆଯାଇଛି । ଯିଏ ଦୋଷୀ ସେ ଦଣ୍ଡ ପାଇବା ଉଚିତ । ସିବିଆଇ ତଦନ୍ତ ହେଲେ ତ ଲୋକଙ୍କ ଜୀବନ ଫେରି ଆସିବିନି କିନ୍ତୁ ତଦନ୍ତ ହେଲେ ଦୋଷୀ ଧରା ପଡ଼ିବ।
ସିବିଆଇ ତଦନ୍ତ କରୁଛନ୍ତି ଠିକ ଜିନିଷ ଧରା ପଡ଼ିବ । ଯେଉଁମାନେ ସମ୍ପୃକ୍ତ ଥିବେ ସେମାନେ ସାମ୍ନାକୁ ଆସିବେ । ନିଶ୍ଚିତ ଭାବେ କିଛି ଭୁଲ ଭଟକା ଯୋଗୁ ଏହି ଘଟଣା ଘଟିଛି ତେଣୁ ଆମେ ସିବିଆଇ ତଦନ୍ତକୁ ସ୍ବାଗତ କରୁଛୁ ।